Posted inଜାତୀୟ

କରୋନା ଭାଇରସ୍‌କୁ ଦୂରେଇ ଦେବ ସୂର୍ଯ୍ୟରଶ୍ମି: ଅଶ୍ୱିନୀ ଚୌବେ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବିଶ୍ୱବ୍ୟାପୀ ଏଥିରେ ୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହେଲାଣି। ଏହାସହ ୨ଲକ୍ଷରୁ ଊର୍ଦ୍ଧ୍ୱ ଏଥିରେ ସଂକ୍ରମିତ ହୋଇଥିବା ସୂଚନା ରହିଛି। କରୋନାର ଚିକିତ୍ସା ପାଇଁ କୌଣସି ଔଷଧ ବାହାରି ନ ଥିବାରୁ ଏବେ ସାରା ବିଶ୍ୱ ଏହାକୁ ନେଇ କରି ଚାଲିଛି ଗବେଷଣା। ଇତିମଧ୍ୟରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ କରୋନା ଭାଇରସକୁ ନେଇ ତାଙ୍କର ମତ ରଖିଛନ୍ତି। ସେ କହିଛନ୍ତି ଖରାରେ ବା ସୂର୍ଯ୍ୟରଶ୍ମିରେ ୧୦-୧୫ ମିଟିନ୍‌ ରହିଲେ କରୋନା ଭାଇରସ ଆପଣାଛାଏଁ ମରିଯିବ। ସଂସଦ ବାହାରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ସମୟରେ ଚୌବେ କହିଛନ୍ତି ସୂର୍ଯ୍ୟ କିରଣରୁ ଭିଟାମିନ୍‌ ଡି ମିଳିବା ସହ ଏହା ଶରୀରର ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବୃଦ୍ଧି କରିଥାଏ। ଫଳରେ କରୋନା ଭାଇରସ୍‌ ସୂର୍ଯ୍ୟରଶ୍ମିର ପ୍ରଭାବରେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯିବ ବୋଲି ସେ କହିଛନ୍ତି। କରୋନା ଭାଇରସକୁ ନେଇ ଉଠୁଥିବା ଗୁଜବରେ ବିଶ୍ୱାସ ନ କରିବାକୁ ସରକାର କହୁଥିବା ବେଳେ ଚୌବେଙ୍କ ଏପରି ମନ୍ତବ୍ୟ ଏବେ ଚର୍ଚ୍ଚାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri