କରୋନା ଭାଇରସ୍‌ରେ ସଂକ୍ରମିତ ରୁଷ ପ୍ରଧାନମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ ମୋଦି

ମସ୍କୋ/ନୂଆଦିଲ୍ଲୀ,୧।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ୨ଲକ୍ଷ ୨୮ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଏଥିରେ ୩୨ଲକ୍ଷରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଧନୀ କି ଗରିବ, ଛୋଟ କିମ୍ବା ବୃଦ୍ଧ କେହି ଏହା କବଳରୁ ବର୍ତ୍ତି ପାରିନାହାନ୍ତି। ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ପରେ ଏବେ ରୁଷର ପ୍ରଧାନମନ୍ତ୍ରୀ ମିଖାଇଲ ମିଶୁସ୍ତିନ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଗୁରୁବାର ଏନେଇ ମିଖାଇଲ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରୁଷର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ସୂଚନା ଦେଇଥିଲେ। ଏଥିସହ ସେ ସେଲ୍ଫ ଆଇସୋଲେଶନ୍‌ରେ ରହୁଛନ୍ତି ବୋଲି କହିଥିଲେ। ତେବେ ସେ ସଂକ୍ରମିତ ହେବା ପରେ ତାଙ୍କ କାର୍ଯଭାର ଅସ୍ଥାୟୀ ଭାବେ ପ୍ରଥମ ଉପ ପ୍ରଧାନମନ୍ତ୍ରୀ ଆଣ୍ଡ୍ରେ ବେଲୋଉସୋଭ ସମ୍ଭାଳିବେ ବୋଲି ମିଖାଇଲ୍‌ ପୁଟିନ୍‌ଙ୍କୁ ପ୍ରସ୍ତାବ ଦେଇଥିଲେ। ପୁଟିନ୍‌ ତାଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମିଖାଇଲ୍‌ଙ୍କ ପ୍ରସ୍ତାବକୁ ସମର୍ଥନ ଜଣାଇଛନ୍ତି। ଅପରପକ୍ଷେ ଏହି ଖବର ଜାଣିବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଟୁଇଟ କରି ମିଖାଇଲଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସେ ଲେଖିଛନ୍ତି, ଖୁବ୍‌ଶୀଘ୍ର ସୁସ୍ଥ ଓ ଉତ୍ତମ ସ୍ବାସ୍ଥ୍ୟ ନିମନ୍ତେ ରୁଷ ପ୍ରଧାମନ୍ତ୍ରୀଙ୍କୁ ମୋର ଶୁଭକାମନା। କୋଭିଡ-୧୯ ମହାମାରୀକୁ ପରାସ୍ତ କରିବା ଉଦ୍ୟମରେ ଆମେ ଆମର ଘନିଷ୍ଠ ବନ୍ଧୁ ରଷକୁ ସମର୍ଥନ କରୁଛୁ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri