କରୋନା ଭାଇରସ: ଚିକିତ୍ସା କରୁଥିବା ଡାକ୍ତରଙ୍କ ପରିବାର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୩: କରୋନା, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ଶବ୍ଦର ବହୁଳ ବ୍ୟବହାର କରାଯାଉଛି। ଆଉ ଏହି ଶବ୍ଦ ଗୁଡିକ ସାଧାରଣ ଜନତା ପାଇଁ ସୃଷ୍ଟି କରିଛି ଭୟ। କରୋନା ଭାଇରସ ଏବେ ବିଶ୍ୱର ମୁଣ୍ଡ ବିଗାଡି ଥିବା ବେଳେ ଭାରତୀୟ ମଧ୍ୟ ଏଥିରୁ ମୁକୁଳିବାକୁ ଯୁଦ୍ଧ କରିବା ଭଳି ଲଢି ଚାଲିଛନ୍ତି। ଏହା ପରେ ବି ଭାରତରେ ବଢୁଥିବା କରୋନା ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ରାଜଧାନୀ ଦିଲ୍ଲୀରେ ଏବେ କରୋନା ସଂକ୍ରମଣଙ୍କ ସଂଖ୍ୟା ପହଞ୍ଚିଛି ୩୬ରେ। ମୋହଲା କ୍ଲିନକର ଜଣେ ଡାକ୍ତର ଓ ଅନ୍ୟ ୪ କରୋନା ପଜିଟିଭ ମିଳିବା ପରେ ଏବେ ଏହି ସଂଖ୍ୟା ବୃଦ୍ଧି ପାଇ ୩୬ ଛୁଇଁଛି। ଏମାନେ ସମସ୍ତେ ଜଣେ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସୌଦି ଆରବରୁ ଜଣେ ମହିଳା ଫେରିବା ପରେ ସେ କରୋନା ସଂକ୍ରମିତ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ପ୍ରଥମେ କରୋନାରେ ସଂକ୍ରମିତ ହେଲେ ଓ ପରେ ଉକ୍ତ ଡାକ୍ତରଙ୍କ ପତ୍ନୀ ଓ ଝିଅ ମଧ୍ୟ କରୋନାରେ ସଂକ୍ରମିତ ହୋଇଥିବା କହିଛନ୍ତି ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ। ତେବେ ସଂକ୍ରମିତ ଡାକ୍ତରଙ୍କ ସଂସ୍ପର୍ଶରେ ଆସିଥିବା ପ୍ରାୟ ୮୦୦ ଲୋକଙ୍କୁ ୧୪ ଦିନ ପାଇଁ କ୍ୱାରାଣ୍ଟାଇନରେ ରଖାଯିବ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri