Posted inଖେଳ

କରୋନା ଭାଇରସ ଭୟ: ପିଏସ୍‌ଏଲରୁ ଓହରିଲେ ୯ ବିଦେଶୀ ଖେଳାଳି

କରାଚୀ,୧୩।୩(ପି.ଟି.)- ତିନି ଇଂଲଣ୍ଡ ଖେଳାଳି ଜାସନ ରୟ, ଆଲେକ୍ସ ହେଲ୍ସ ଓ ଜେମ୍ସ ଭିନ୍ସଙ୍କ ସମେତ ୯ ଜଣ ବିଦେଶୀ ଖେଳାଳି ଚଳିତ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ) ଛାଡ଼ି ଘରକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି। କରୋନା ଭାଇରସ ବ୍ୟାପୁ ଥିବାରୁ ସେମାନେ ଏଭଳି କରୁଛନ୍ତି। କିନ୍ତୁ ପିଏସ୍‌ଏଲ ଜାରି ରହିବ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପକ୍ଷରୁ କୁହାଯାଇଛି। ପିଏସ୍‌ଏଲ ଓହରିଥିବା ଖେଳାଳିଙ୍କ ତାଲିକାରେ ଲିଆମ ଡାଓ୍ବସନ, ଲିଆମ ଲିଭଙ୍ଗଷ୍ଟୋନ, ଲଓ୍ବେିସ ଗ୍ରେଗୋରି, ଜେମ୍ସ ଭିନ୍ସ, ଓ୍ବେଷ୍ଟଇଣ୍ଡିଜର କାର୍ଲୋସ ବ୍ରାଥଓ୍ବେଟ, ଦକ୍ଷିଣ ଆଫ୍ରିକାର ରିଲେ ରୁସୋ ଓ କୋଚ୍‌ ଜେମ୍ସ ଫୋଷ୍ଟର ରହିଛନ୍ତି। ତେବେ ଏପର୍ଯ୍ୟନ୍ତ କୌଣସି ଖେଳାଳି କିମ୍ବା ଅଫିସିଆଲଙ୍କ ରିପୋର୍ଟ ପଜେଟିଭ ଆସିନାହିଁ। ବୋର୍ଡ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛି। ପିଏସ୍‌ଏଲର ମ୍ୟାଚ୍‌ଗୁଡ଼ିକ ଏବେ ରୁଦ୍ଧ ଷ୍ଟାଡିୟମରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri