କରୋନା ଭାଇରସ: ସମସ୍ତଙ୍କ ପାଇଁ ଉଦାହରଣ ପାଲଟିଲା ଇଟାଲୀର ଭୋ ସହର

ରୋମ,୨୮।୩: କରୋନା ଭାଇରସ ଏବେ ଇଟାଲୀର ମେରୁଦଣ୍ଡକୁ ଭାଙ୍ଗି ଦେଇଛି କହିଲେ ଚଳେ। ଏବେ ଏଠାରେ କରୋନା ମୃତ୍ୟୁ ସଂଖ୍ୟା ୯ହଜାର ଅତିକ୍ରମ କରିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ୮୬ ହଜାରରୁ ଊର୍ଦ୍ଧ୍ୱ ହେଲାଣି। ଏହି କରୋନା ଭାଇରସ ଏବେ ଇଟାଲୀ, ଆମେରିକା ଭଳି ବିକାଶଶୀଳ ଦେଶକୁ ଭୟଭୀତ କରି ରଖିଥିବା ବେଳେ ଏବେ କିନ୍ତୁ ସାରା ବିଶ୍ୱ ପାଇଁ ଉଦାହରଣ ପାଲଟିଛି ଇଟାଲୀର ଭୋ ସହର। ଭେନିସ ସିଟିଠାରୁ ପ୍ରାୟ ୭୦ କିଲୋମିଟର ଦୂରରେ ଅବସ୍ଥିତ ଥିବା ଭୋ ସହରର ଜନସଂଖ୍ୟା ପ୍ରାୟ ୩ ହଜାର। ଫେବୃୟାରୀ ୨୧ରେ ଏଠାରେ ପ୍ରଥମେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହି ସହର ଚର୍ଚ୍ଚାକୁ ଆସି ଯାଇଥିଲା। ହେଲେ ଏଠାକାର ପ୍ରଶାସନ ତୁରନ୍ତ ସହରର ସୀମା ସିଲ୍‌ କରିବା ସହ ସମସ୍ତଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦେଲେ। ସହର ବାହାରକୁ ଆସିବା ଯିବା ସମ୍ପୂର୍ଣ୍ଣ ବନ୍ଦ କରିଦେବା ସହ ସେଠାରେ ଥିବା ସମସ୍ତ ଲୋକଙ୍କ ନମୁନା ପରୀକ୍ଷା କରାଯିବାର ବ୍ୟବସ୍ଥା କରାଗଲା। ଏହାପରେ ଜଣାପଡିଲା ସେଠାରେ ମାତ୍ର ୩ ପ୍ରତିଶତ ଲୋକ କରୋନାରେ ପୀଡ଼ିତ। ଏହାପରେ ସେମାନଙ୍କୁ ଆଇସୋଲେଶନରେ ରଖାଯାଇ ଚିକିତ୍ସା କରାଗଲା। ଏମାନେ ଠିକ୍‌ ହେବା ବେଳକୁ ପୁଣିଥରେ ନମୁନା ପରୀକ୍ଷା କରାଯିବାରୁ ଭୋ ସହରରେ ମାତ୍ର ୧ ପ୍ରତିଶତ କରୋନା ସଂକ୍ରମଣ ଥିବା ଜଣାପଡିଥିଲା। ଏହାକୁ ଦେଖି ଏବେ ଆଲୋଚନା ହେଉଛି କି ଭୋ ହିଁ କରୋନାକୁ ଜୟ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri