Posted inଖେଳ

କରୋନା ଭାଇରସ: ସିରିଜ ଏ’ରେ ୧୧ ଖେଳାଳି ସଂକ୍ରମିତ

ରୋମ,୧୫।୩(ପି.ଟି.)- ଇଟାଲୀ ଫୁଟବଲ ଲିଗ୍‌ ସିଷ୍ଟମର ଏକ ପେସାଦାର ଲିଗ୍‌ ଭାବେ ଜଣାଶୁଣା ଥିବା ସିରିଜ ଏ’ରେ ମୋଟ ୧୧ ଜଣ ଖେଳାଳି କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ଏହା ଏକ ସଙ୍କଟଜନକ ପରିସ୍ଥିତି ବୋଲି ସିରିଜ ଏ’ର ଡାକ୍ତରମାନେ ଘୋଷଣା କରିଛନ୍ତି। ପରିସ୍ଥିତିରେ ଉନ୍ନତି ନ ଆସିବା ପର୍ଯ୍ୟନ୍ତ ଟ୍ରେନିଂ ତଥା ପ୍ରଶିକ୍ଷଣ ଜାରି ନ ରଖିବାକୁ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି। ସର୍ବିୟା ଫରଓ୍ବାର୍ଡ ଡୁସେନ ଭ୍ଲାହୋଭିକ୍‌ଙ୍କ ସମେତ ଫିଓରେଣ୍ଟିନା ଦଳର ୪ଜଣ ସଦସ୍ୟ ଓ ପିଜିଓ ଥେରାପିଷ୍ଟ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିବା କଥା ଶୁକ୍ରବାର ଜଣାପଡିଥିଲା। ସେହିପରି ଇଟାଲୀ ମିଡ୍‌ଫିଲ୍ଡର ଡେପାଓଲି ଓ ପୋଲାଣ୍ଡ ଡିଫେଣ୍ଡର ବେରେସ୍‌ଜିନ୍‌ସ୍କିଙ୍କ ସମେତ ସାମ୍ପଡୋରିଆର ୭ ଜଣ ଖେଳାଳି ଶନିବାର ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଥିଲା। ଏହାପୂର୍ବରୁ ଚଳିତ ସପ୍ତାହରେ ଜୁଭେଣ୍ଟସ କ୍ଲବ ଡିଫେଣ୍ଡର ଡାନିଏଲେ ରୁଗାନି ମଧ୍ୟ ସଂକ୍ରମଣର ଶିକାର ହୋଇଥିଲେ। ଉଲ୍ଲେଖଖାଉ କି, ସିରିଜ ଏ ସମେତ ଇଟାଲୀରେ ସବୁ ପ୍ରକାର କ୍ରୀଡ଼ାକୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଶନିବାର ସୁଦ୍ଧା ଦେଶରେ ଏପର୍ଯ୍ୟନ୍ତ ୨୧, ୧୫୭ ଜଣ ବ୍ୟକ୍ତି କୋରାନା ଭାଇରସରେ ସଂକ୍ରମିତ ହୋଇଥିବା ଇଟାଲୀ କର୍ତ୍ତୃପକ୍ଷ ଘୋଷଣା କରିଛନ୍ତି। ଏହି ଭାଇରସ ଦ୍ୱାରା ଏପର୍ଯ୍ୟନ୍ତ ୧,୪୪୧ ଜଣ ବ୍ୟକ୍ତି ମୃତ୍ୟୁମୁଖରେ ପଡିଛନ୍ତି। ଚାଇନା ପରେ ଇଟାଲୀ ଏବେ କରୋନା ଭାଇରସ ଦ୍ୱାର ସବୁଠାରୁ ଅଧିକ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri