କରୋନା ଭୂତାଣୁ ସଂକ୍ରମଣ ବି କରୁଛି ଲାଭାନ୍ବିତ: ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ଆଣିଦେଇଛି ନୂଆ ସୁଯୋଗ

ଓ୍ବାଶିଂଟନ,୧୩।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ କରୋନା ଭୂତାଣୁ ସଂକ୍ରମଣ ପୃଥିବୀର ୩୦ଟି ଦେଶର ଶାସକଙ୍କ ପାଇଁ ନୂଆ ସୁଯୋଗ ଆଣିଦେଇଛି। କ୍ଷମତାରୁ ହଟିବାର କୌଣସି ଆଶଙ୍କା ନ ଥିବାରୁ ଶାସକମାନେ ବେଶ୍‌ ଲାଭାନ୍ବିତ ହେବାରେ ଲାଗିଛନ୍ତି। ଏସବୁ ଦେଶର ସରକାର କରୋନା ଭୂତାଣୁ ସଂକ୍ରମଣ ଆଳରେ ଲୋକଙ୍କ ଭୟଭୀତ କରାଇ ଫାଇଦା ନେବାରେ ଲାଗିଥିବା କୁହାଯାଉଛି। ଜାତିସଂଘ ଏବଂ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଜାରି ହୋଇଥିବା ସତର୍କ ସୂଚନାକୁ ଏସବୁ ଦେଶର ସରକାର ଗୁରୁତ୍ୱ ଦେଉ ନ ଥିବା କୁହାଯାଉଛି। ରୁଷିଆରେ ବ୍ଲାଡ଼ିମୀର ପୁଟିନ୍‌ ଅନ୍ୟ ଦେଶ ଭଳି ସର୍ଭେଲାନ୍ସ୍‌ ତଥା ଏହାର ନିରାକରଣକୁ ଅଣଦେଖା କରୁଛନ୍ତି। ଫଳରେ ଦେଶରେ ମୃତ୍ୟୁ ସଂଖ୍ୟା ବଢ଼ିବା ସହିତ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ସେହିପରି କାମ୍ବୋଡ଼ିଆରେ ମଧ୍ୟ ସମାନ ସ୍ଥିତି ଜାରି ରହିଛି। ଏହି ତାଲିକାରେ ଚାଇନା, ଭାରତ, ଫିଲିପାଇନ୍ସ୍‌, ଉଗାଣ୍ଡା, ପୋଲାଣ୍ଡ୍‌, ଘାନା, ଥାଇଲାଣ୍ଡ୍‌, ବେଲାରୁଷ,ଭେନଜୁଏଲା, ଚିଲି, ବଲିଭିଆ, ଇସ୍ରାଏଲ୍‌, ବାଂଲାଦେଶ, ସର୍ବିଆ, ମ୍ୟାନମାର୍‌, କେନିଆ, ପାରାଗୁଏ, ତୁର୍କିମେନିସ୍ତାନରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି। ସେହିପରି ଇଜିପ୍ଟ, ହଙ୍ଗେରୀ, ୟେମେନ୍‌, ୟୁଏଇ, ଇରାନ୍‌, ଆର୍ମେନିଆ, ଉତ୍ତରକୋରିଆର ଶାସକ କରୋନା ସଂକ୍ରମଣ ଯୋଗୁ ବେଶ୍‌ ଲାଭରେ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଇରାନକୁ ଟ୍ରମ୍ପଙ୍କ ୨୪ ଘଣ୍ଟାର ଅଲ୍ଟିମେଟମ ଦେଲେ ଟ୍ରମ୍ପ: ନ ମାନିଲେ ଭୟଙ୍କର ହେବ ପରିଣାମ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଏକ ଅତି ବିପଜ୍ଜନକ ମୋଡ଼ରେ ପହଞ୍ଚିଛି । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆମେରିକାର ଟ୍ରମ୍ପ ପ୍ରଶାସନ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri