Posted inଫୁରସତ

କରୋନା ଭୟରେ ହାତ ନୁହେଁ ଗୋଡ଼ ମିଳାଉଛନ୍ତି ଲୋକେ, ଭିଡିଓ ଭାଇରାଲ

କରୋନାକୁ ନେଇ ଚାରିଆଡ଼େ ଭୟର ବାତାବରଣ। ସାମାନ୍ୟ ଥଣ୍ଡା ଜ୍ୱରରୁ ବ୍ୟାପୁଥିବା ଏହି ରୋଗଠାରୁ ଦୂରେଇ ରହିବା ଲାଗି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ଭାରତରେ ମଧ୍ୟ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏ ସବୁ ମଧ୍ୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓ ଚର୍ଚ୍ଚାକୁ ଆସୁଛି। ଭିଡିଓରେ ଲୋକମାନେ ହାତ ନୁହେଁ, ବରଂ ଗୋଡ଼ ମିଳାଉଥିବା ଦେଖାଯାଉଛି। କରୋନା ଭୟରେ ସେମାନେ ଏଭଳି କରୁଥିବା କୁହାଯାଉଛି।

ତେବେ କରୋନା ସଂକ୍ରମଣରୁ ଦୂରରେ ରହିବା ଲାଗି ହାତ ମିଳାଇବାକୁ ମନା କରାଯାଇଛି। ଏପରି କି ଆଲିଙ୍ଗନ ନ କରିବାକୁ ପରାମର୍ଶ ଦିଆଯାଇଛି। ଛୁଇଁବା ମାତ୍ରକେ ରୋଗ ବ୍ୟାପିବାର ଆଶଙ୍କା ରହିଛି। ଏଣୁ ପରିବେଶକୁ ସ୍ବଚ୍ଛ ରଖିବା ଏବଂ ବାରମ୍ବାର ହାତ ଧୋଇବା ଆଦି ଅନେକ ଆଡ୍‌ଭାଇଜରି ଜାରି ହୋଇଛି।

ଚାଇନାରେ ପ୍ରଥମେ ଦେଖାଦେଇଥିବା ଏହି ରୋଗ ଏବେ ଅନେକ ଦେଶକୁ ବ୍ୟାପିଲାଣି। ଭାରତରେ ୨୮ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇସାରିଛି। ସେମାନଙ୍କ ମଧ୍ୟରୁ ୧୫ ବିଦେଶୀ ନାଗରିକ ଥିବା ଜଣାପଡ଼ିଛି। ଦିଲ୍ଲୀର ଆଇଟିବିପି ଆଇସୋଲେଶନ ସେଣ୍ଟରରେ ସେମାନଙ୍କ ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri