କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏଶନ (ଆଇଏମ୍‌ପିପିଏ), ଓ୍ବେଷ୍ଟର୍ନ ଇଣ୍ଡିଆ ଫିଲ୍ମ ପ୍ରଡ୍ୟୁସର୍ସ ଆସୋସିଏଶନ (ଡବ୍ଲ୍ୟଆଇପିଏଫ୍‌ଏ), ଇଣ୍ଡିଆନ୍‌ ଫିଲ୍ମ ଆଣ୍ଡ୍‌ ଟିଭି ପ୍ରଡ୍ୟୁସର୍ସ କାଉନ୍‌ସିଲ (ଆଇଏଫ୍‌ଟିପିସି), ଇଣ୍ଡିଆନ୍‌ ଫିଲ୍ମ ଆଣ୍ଡ୍‌ ଟେଲିଭିଜନ ଡାଇରେକ୍ଟର୍ସ ଆସୋସିଏଶନ (ଆଇଏଫ୍‌ଟିଡିଏ) ଏବଂ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ ଇଣ୍ଡିଆ ସିନେ ଏମ୍ପ୍ଲଇଜ୍‌ (ଏଫ୍‌ଡବ୍ଲ୍ୟୁଆଇସିଇ)। ରବିବାର ଅନୁଷ୍ଠିତ ଏକ ମିଳିତ ବୈଠକରେ ଫିଲ୍ମ ସହ ସମସ୍ତ ଟେଲି ଧାରାବାହିକ, ଓ୍ବେବ୍‌ ସିରିଜ ଏବଂ ଡିଜିଟାଲ ପ୍ଲାଟ୍‌ଫର୍ମର ସମସ୍ତ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଶୁଟିଂକୁ ଆସନ୍ତା ୧୯ ତାରିଖରୁ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ସ୍ଥିର କରାଯାଇଛି। ଏପଟେ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକ୍ରମେ ସମସ୍ତ ସିନେମା ହଲ୍‌, ଶିକ୍ଷାନୁଷ୍ଠାନ, ମହୋତ୍ସବକୁ ବନ୍ଦ କରାଯାଇଥିବାବେଳେ ପ୍ରଯୋଜକ ଆସୋସିଏଶନ ଏଥିରେ ସମସ୍ତ ପ୍ରକାର ସହାୟତା ଯୋଗାଇଦେବ ବୋଲି କହିଛି। ତେବେ ୧୯ ତାରିଖ ପର୍ଯ୍ୟନ୍ତ ଶୁୁଟିଂ କରୁଥିବା ସଂସ୍ଥା ସମସ୍ତ ପ୍ରକାର ପ୍ରାକ୍‌ ସଚେତନମୂଳକ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି। ୩୦ ତାରିଖରେ ଆଉ ଏକ ବୈଠକ ବସି ପରିସ୍ଥିତିକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏଶନ କହିଛି।
ଏପଟେ ଓଡ଼ିଶାରେ ମଧ୍ୟ ସମସ୍ତ ଚଳଚ୍ଚିତ୍ର ଓ ଧାରାବାହିକର ଶୁଟିଂ ବନ୍ଦ କରିବାକୁ ଓଡ଼ିଶା ପ୍ରଡ୍ୟୁସର୍ସ ଆସୋସିଏଶନ ନିଷ୍ପତ୍ତି ନେଇଛି। ମନୋରଞ୍ଜନ ଶିଳ୍ପ ସହ ଜଡ଼ିତ ବ୍ୟକ୍ତିବିଶେଷଙ୍କ ସୁରକ୍ଷା ଲାଗି ଏପରି ନିଷ୍ପତ୍ତି ନିଆଯାଇଥିବାବେଳେ ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶୁଟିଂ ବନ୍ଦ ରହିବ। ଧାରାବାହିକଗୁଡ଼ିକ ପୂର୍ବରୁ ଶୁଟିଂ ସରିଥିବା ଏପିସୋଡ୍‌ରେ ଚାଲିବ। ୧୫ଦିନ ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ପ୍ରଡ୍ୟୁସର୍‌ ଆସୋସିଏଶନ୍‌ର ଏକ୍‌ଜିକ୍ୟୁଟିଭ୍‌ ବଡି ସଦସ୍ୟ ଲୁଟୁ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

NEET ପେପର ଲିକ ମାମଲାରେ ସଞ୍ଜୀବ ମୁଖିଆଙ୍କୁ କ୍ଲିନଚିଟ୍‌: ମିଳିଲାନି କୌଣସି ପ୍ରମାଣ

ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍‌ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…

CJP Protest: ସର୍ତ୍ତ ମାନିନେଲେ ମୋଦି ସରକାର, ଜନ୍ତରମନ୍ତର ଯାଇ କରିବେ…

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri