Posted inଜାତୀୟ

କରୋନା ଭୟ: ବିଦେଶକୁ ଅଯଥା ଯାତ୍ରା କରିବାକୁ ବାରଣ କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୬।୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରୁଛି। ଚାଇନାରେ ଏଥିରେ ସଂକ୍ରମିତ ହୋଇ ୨,୬୬୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୭,୬୫୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହି ଭାଇରସ୍‌ ଚାଇନା, ଜାପାନ, ଦକ୍ଷିଣ କୋରିଆ ଓ ଇଟାଲି ପରେ ଏବେ ଇରାନକୁ ମଧ୍ୟ ବ୍ୟାପିଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏକ ଅଧିସୂଚନା ଜାରି କରାଯାଇଛି। ଏଥିରେ ଜରୁରୀ ନ ଥିଲେ ଦକ୍ଷିଣ କୋରିଆ, ଇରାନ ଓ ଇଟାଲିକୁ ଯାତ୍ରା ନ କରିବାକୁ ନାଗରିକଙ୍କୁ ପରାମର୍ଶ ଦିଆଯାଇଛି। କାରଣ ଏହି ଦେଶଗୁଡିକରେ କରୋନା ଭାଇରସ୍‌ ମାମଲା ଦିନକୁ ଦିନ ବୃଦ୍ଧି ପାଉଛି। ତେଣୁ ଚଳିତ ବର୍ଷ ଫେବୃୟାରୀ ୧୦ପରେ ଯେଉଁମାନେ ଦକ୍ଷିଣ କୋରିଆ, ଇରାନ ଓ ଇଟାଲିରୁ ଯାତ୍ରା କରି ଭାରତକୁ ଫେରିଛନ୍ତି ସେମାନଙ୍କୁ ୧୪ଦିନ ପର୍ଯ୍ୟନ୍ତ ଅନ୍ୟତ୍ର ରଖାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ଏହି ଅଧିସୂଚନାରେ ଉଲ୍ଲେଖ କରାଯାଇଛି। ଏହା ପୂର୍ବରୁ ଜରୁରୀ ନ ଥିଲେ ସିଙ୍ଗାପୁରକୁ ଯାତ୍ରା ନ କରିବାକୁ ପରାମର୍ଶ ଦିଆଯାଇଥିଲା। ସୂଚନା ମୁତାବକ ଅନ୍ୟ ଦେଶରୁ ଭାରତକୁ ଫେରୁଥିବା ଯାତ୍ରୀଙ୍କୁ ବିଭିନ୍ନ ବିମାନବନ୍ଦରରେ ପ୍ରଥମେ ଯାଞ୍ଚ କରାଯାଉଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri