କରୋନା ଭୟ: ବିମାନରେ ଯାତ୍ରୀ ଛିଙ୍କିବାରୁ ଝରକା ଦେଇ ଓହ୍ଲାଇଲେ ପାଇଲଟ

କରୋନା ଭାଇରସ୍‌ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଯଦି କେହି ଛିଙ୍କୁଛନ୍ତି ତେବେ ସମସ୍ତେ କରୋନା ଭାଇରସ୍‌ ସଂକ୍ରମଣ ନେଇ ଭୟଭୀତ ହୋଇପଡ଼ୁଛନ୍ତି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଏୟାର ଏସିଆ ଇଣ୍ଡିଆର ପୁଣେ-ଦିଲ୍ଲୀ ବିମାନରେ। ଶୁକ୍ରବାର ଏହି ବିମାନରେ ଜଣେ କରୋନା ସନ୍ଦିଗ୍ଧ ଯାତ୍ରା କରୁଥିବା ଜାଣି ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ବିମାନ ଅବତରଣ ସମୟରେ ଜଣେ ସନ୍ଦିଗ୍ଧ ଯାତ୍ରୀ ଛିଙ୍କିଦେଇଥିଲେ। ଏନେଇ ଜାଣିବା ପରେ ପାଇଲଟ୍‌ ଜଣଙ୍କ ଝରକା ଦେଇ ଓହ୍ଲାଇ ପଡ଼ିଥିଲେ। ସାଧାରଣତଃ ପାଇଲଟ ଓହ୍ଲାଇବା ପାଇଁ ବିମାନର ସାମ୍ନା ଗେଟ୍‌ର ବ୍ୟବହାର କରନ୍ତି। ହେଲେ ଯେତେବେଳେ ଜାଣିବାକୁ ପାଇଲେ ଯେ, ପ୍ରଥମ ଧାଡିରେ ବସିଥିବା ଯାତ୍ରୀ ଜଣଙ୍କ ଛିଙ୍କିଦେଇଛନ୍ତି, ସେହି ସମୟରେ ଭୟଭୀତ ହୋଇ ପାଇଲଟ ଜଣଙ୍କ କକ୍‌ପିଟ୍‌ ବା ଇମାରଜେନ୍ସି ଗେଟ୍‌ ଦେଇ ବାହାରକୁ ପଳାଇ ଆସିଥିଲେ। ଏହାପରେ ସବୁ ଯାତ୍ରୀ ମଧ୍ୟ ଭୟଭୀତ ହୋଇ ପଛ ଝରକା ଦେଇ ସୁରକ୍ଷିତ ଭାବେ ବାହାରକୁ ବାହାରି ଯାଇଥିଲେ। ଆଉ ଉକ୍ତ ସନ୍ଦିଗ୍ଧ ଯାତ୍ରୀଙ୍କୁ ସାମ୍ନା ଗେଟ୍‌ରୁ ବାହାରକୁ ବାହାର କରାଯାଇଥିଲା। ଏହାପରେ ସମସ୍ତ ଯାତ୍ରୀଙ୍କର କରୋନା ନେଇ ଯାଞ୍ଚ କରାଯାଇଥିଲା। ତେବେ ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ସୁରକ୍ଷା ଦୃଷ୍ଟିରୁ ବିମାନ ଅବତରଣ ପରେ ବିମାନକୁ ଅଲଗା ରଖାଯାଇଛି। ଏହି ଘଟଣା ଘଟିବା ପରେ ଏୟାର ଏସିଆ ଇଣ୍ଡିଆର ମୁଖପାତ୍ରଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଆଣ୍ଟି ଇନ୍‌ଫେକ୍ସନ୍‌ ଦ୍ୱାରା ବିମାନକୁ ସଫା କରାଯାଇଛି। ଏଭଳି ଘଟଣା ପାଇଁ ପୂର୍ବରୁ ଆମର ପାଇଲଟ ପ୍ରଶିକ୍ଷିତ ଓ ପ୍ରସ୍ତୁତ ରହିଥାନ୍ତି। ଏଭଳି ସ୍ଥିତିରେ ଉକ୍ତ ପାଇଲଟଙ୍କ ଉପସ୍ଥିତି ବୁଦ୍ଧି ଓ ଧର୍ଯ୍ୟକୁ ଏୟାର ଏସିଆ ଇଣ୍ଡିଆର ମୁଖପାତ୍ର ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri