କରୋନା ଭୟ: ସଭା, ପାର୍କ ବନ୍ଦ କଲା ପ୍ରଶାସନ

ଫୁଲବାଣୀ ଅଫିସ/ଦାରିଙ୍ଗିବାଡି, ୧୪। ୩

କରୋନା ଭୟ ଏବେ ସବୁଠି ଘାରିଛି। କରୋନା ପାଇଁ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ରାଜ୍ୟ ସରକାର ଆସନ୍ତା ୩୧ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳମାନଙ୍କୁ ମଧ୍ୟ ଏଦିଗରେ ପଦକ୍ଷେପ ନିଆଯିବା ପାଇଁ କୁହାଯାଇଛି। ଜିଲାପାଳ ଡା. ବୃନ୍ଦା ଡି ଏହାକୁ ଗୁରତ୍ୱର ସହ ନେଇଛନ୍ତି। ପ୍ରଥମ ପଦକ୍ଷେପ ସ୍ବରୁପ ଫୁଲବାଣୀ କରୋନେସନ ପଡିଆରେ ଜିଲା ଲେଖକ ସାମୁଖ୍ୟ ପକ୍ଷରୁ ୧୨ରୁ ଆରମ୍ଭ ହେବାକୁ ଥିବା ପୁସ୍ତକ ମେଳାକୁ ବାତିଲ କରିଛନ୍ତି। ସେହିପରି ସଭା ସମିତି କରି ଗହଳି ନ କରିବା, ଲଜ୍‌ ଗୁଡିକ ଉପରେ ନଜର ରଖିବାକୁ ଜିଲାସ୍ତରୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତାମିଲନାଡୁରେ ଜିଲାର ଅଧିକାଂଶ ଲୋକ କାମ କରୁଥିବାରୁ ସେମାନଙ୍କ ଯାତାୟତ ଉପରେ ନଜର ରଖାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି। ସେହିପରି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ ପାଇଁ ସଚେତନ ରଥ ବୁଲୁଥିବା ଏବଂ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଉଥିବା ଜିଲାପାଳ ପ୍ରକାଶ କରିଛନ୍ତି।
ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ ଜିଲା ପଞ୍ଚାୟତ ଅଧିକାରୀ କିଶୋର ଚନ୍ଦ୍ର ପାଢ଼ୀ ଯାଇ କରୋନା ସମ୍ପର୍କରେ ସଚେତନ କରାଇଛନ୍ତି। ରାଜ୍ୟ ବାହାରେ କେରଳ, ତାମିଲନାଡୁ, କର୍ନାଟକରେ କାମ କରୁଥିବା ଲୋକେ ଗ୍ରାମକୁ ଫେରିଲେ ସେମାନଙ୍କୁ ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ପରାମର୍ଶ ଦେଇଛନ୍ତି। ସନ୍ଦେହ ହେଲେ ଜିଲା ମୁଖ୍ୟ ଚିକିତ୍ସାଳୟରେ କରୋନା ପାଇଁ ଖୋଲାଯାଇଥିବା ସ୍ବତନ୍ତ୍ର ୱାର୍ଡ଼କୁ ନେବାକୁ ଲୋକମାନଙ୍କୁ କହିଛନ୍ତି। ଦାରିଙ୍ଗବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ରବୀନ୍ଦ୍ରନାଥ ବେହେରା ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ଲୋକନାଥ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି। ଦାରିଙ୍ଗବାଡ଼ିର ପର୍ଯ୍ୟଟନସ୍ଥଳୀ ଗୁଡ଼ିକୁ ବନ୍ଦ କରି ଦିଆଯାଇଛି। ନେଚର ପାର୍କ, ହିଲ୍‌ଭିୟୁ ପାର୍କ, କଫି ବଗିଚା ଆଦିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖାଯାଇଛି। ନେଚରପାର୍କ ଆସନ୍ତା ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ବାଲିଗୁଡ଼ା ଡିଏଫ୍‌ଓ ବିଶ୍ୱନାଥନ୍‌ ନିଲନଭର କହିଛନ୍ତି। ହିଲ୍‌ଭିୟୁପାର୍କ ଦାୟିତ୍ୱରେ ରହିଥିବା ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ମଧ୍ୟ ପାର୍କ ବନ୍ଦ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ...

ଗିରଫ ହେଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଥିବା ପୁରୀ ଜିଲା ନିମାପଡ଼ା ସବ୍‌ଡିଭିଜନ୍‌ର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ...

୧୫ରେ ରୁଚି ଓଡ଼ିଆ ଫିଲ୍ମ ଫେୟାର୍‌ ଆୱାର୍ଡସ୍‌

ଭୁବନେଶ୍ୱର, ୭ା୩(ବ୍ୟୁରୋ): ହ୍ବାଇଟ୍‌ କାନ୍‌ଭାସ୍‌ ଏବଂ ଓଫା ଫାଉଣ୍ଡେଶନ ମିଳିତ ଆନୁକୂଲ୍ୟରେ ରୁଚି ମସଲା ସହଯୋଗରେ ଆସନ୍ତା ୧୫ ତାରିଖରେ ଜନତା ମଇଦାନରେ ଚଳଚ୍ଚିତ୍ର ପୁରସ୍କାର...

ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା: ୩ କୋର୍ଟ ଚାଲାଣ

ଭବାନୀପାଟଣା,୨୫ା୨(ସ୍ବ.ପ୍ର.): କେବେ ପ୍ରେମ ପାଇଁ ଅପହରଣ ତ କେବେ ହତ୍ୟା। ପ୍ରେମରେ ଅନ୍ଧ ହୋଇ ମଣିଷ ନିଜର ହିତାହିତ ଜ୍ଞାନ ଭୁଲି ନିଜ ସାଙ୍ଗର ଜୀବନ...

୧୫ ବଛର ହେଲା ମାନସିକ୍‌ ରୋଗ୍‌ରେ ପୀଡ଼ିତ:ବଁଦୀ ଜୀବନ୍‌ ବିତଉଛନ୍‌ ସୁଭଦ୍ରା

ସିନାପାଲି, ୧୬।୭ (ଡି.ଏନ୍‌.ଏ): ନୂଆପଡ଼ା ଜିଲା ସିନାପାଲି ବ୍ଲକ ଲିଟିଗୁଡ଼ା ପଁଚେତ୍‌ କୋକପଦର ଗଁାର ନୀଳକଣ୍ଠ ହରିଜନକଁର ଝି’ ସୁଭଦ୍ରା ହରିଜନ(୩୫)। ଆଏଜ୍‌କେ ୧୫ ବଛର...

ମହାମାରୀ ଦେଖାଇଲା ନୂଆ ବାଟ

କେନ୍ଦୁଝର,୧୬।୭(ସ୍ବ.ପ୍ର.): ପେସା ଶିକ୍ଷକତା, ହେଲେ କରୋନା ବେଳେ ସମୟର ସଦୁପଯୋଗ କରି ଚାଷକୁ ନିଶା ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି କେନ୍ଦୁଝର...

ରାଜଧାନୀରୁ ୧ କୋଟି ଟଙ୍କାର ଗଞ୍ଜେଇ ଜବତ: ଜଣେ ଗିରଫ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଭୁବନେଶ୍ୱର ଭରତପୁର ଅଞ୍ଚଳରୁ ଶୁକ୍ରବାର ଭୋର୍‌ରୁ ୯୩ କେଜି ଗଞ୍ଜେଇ ଜବତ କରାଯାଇଛି। ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ...

ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା: ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି

କଟକ ଅଫିସ, ୪ା୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ଗତ ସାଧାରଣ ନିର୍ବାଚନ ସମୟରେ ମୋକିମ ଦାଖଲ କରିଥିବା...

Advertisement
Archives

Model This Week