Posted inଫୁରସତ

କରୋନା ଭୟ: ସ୍ବତନ୍ତ୍ର ଜେଟ୍‌, ବଙ୍କର ବୁକ୍‌ କରୁଛନ୍ତି ଧନୀ ଶ୍ରେଣୀର ଲୋକେ

ନ୍ୟୁୟର୍କ,୧୩ା୩: କରୋନା ଭାଇରସ୍‌ ମହାମାରୀ ୧୨୦ ଦେଶରେ ଆତଙ୍କ ଖେଳାଇ ଚାଲିଛି। ଏହାର ପ୍ରଭାବ ସମଗ୍ର ବିଶ୍ୱବାସୀଙ୍କ ଉପରେ ପଡ଼ିଛି। ଏହି ସଂକଟଜନକ ସ୍ଥିତିରେ ଆମେରିକା, ଯୁକ୍ତରାଷ୍ଟ୍ର ଆମେରିକା, ୟୁରୋପ ପରି ଦେଶର ଧନୀ ଶ୍ରେଣୀର ଲୋକେ ନିଜକୁ କରୋନା ଭାଇରସ୍‌ରୁ ବଞ୍ଚାଇବା ପାଇଁ ବ୍ୟକ୍ତିଗତ ଜେଟ୍‌, ବଙ୍କର ଏବଂ ଅଣ୍ଡରଗ୍ରାଉଣ୍ଡ ଗୃହ ବୁକ୍‌ କରୁଛନ୍ତି। ଏଥିସହ ବ୍ୟକ୍ତିଗତ ଭାବେ ଡାକ୍ତର ଏବଂ ନର୍ସଙ୍କୁ ମଧ୍ୟ ନିଯୁକ୍ତି ଦେଉଛନ୍ତି। ଯାହାକି ପରିବାର ସଦସ୍ୟଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିପାରିବ। ଏଥିପାଇଁ ବିଶ୍ୱର ନାମୀଦାମୀ ଡାକ୍ତରଙ୍କ ସହ ଯୋଗାଯୋଗ ମଧ୍ୟ ଜାରି ରଖିଛନ୍ତି।
ଆମେରିକାର ବେସରକାରୀ ଜେଟ୍‌ ବୁକିଂ ସେବା ପ୍ରାଇଭେଟ୍‌ ଫ୍ଲାଇର ମୁଖ୍ୟ କାର୍ଯ୍ୟନିର୍ବାହୀ ଆଡାମ ଟ୍ବିଡେଲ କୁହନ୍ତି, କରୋନା ଭାଇରସ୍‌ ଦ୍ୱାରା ପ୍ରଭାବିତ ଦେଶଗୁଡ଼ିକର କୋଟିପତିମାନେ ଜରୁରିକାଳୀନ ପରିସ୍ଥିତିରେ ଘରୁ ସୁରକ୍ଷିତ ସ୍ଥାନକୁ ଯିବା ପାଇଁ ଘରୋଇ ଜେଟ୍‌ ବୁକ୍‌ କରୁଛନ୍ତି। କାରଣ ଏପରି କଲେ କରୋନା ଭାଇରସ୍‌ ପରୀକ୍ଷା ଅନ୍ୟ ଦେଶରୁ କରାଯାଇପାରିବ କିମ୍ବା ସେମାନଙ୍କ ନମୁନା ପରୀକ୍ଷା ପାଇଁ ଅନ୍ୟ ଦେଶକୁ ସହଜରେ ପଠାଯାଇପାରିବ। ଧନିକମାନେ କୋଭିଡ୍‌ -୧୯ ଟିକାକରଣ ପାଇଁ କହୁଛନ୍ତି। ଏହି ଟିକା ମିଳିବା ଏତେ ସହଜ ନୁହେଁ। ପ୍ରାୟ ୧ ବର୍ଷରୁ ଅଧିକ ସମୟ ଲାଗିପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri