କରୋନା ମୁକାବିଲାରେ ଏମ୍‌ଜିଏନ୍‌ଆରଇଜିଏ ଭରସା

ବଲାଙ୍ଗୀର ଅଫିସ, ୧୧ା୫: କରୋନା ମହାମାରୀ ସବୁଠୁ ବେଶୀ ପ୍ରଭାବିତ କରିଛି ଅର୍ଥନୈତିକ କ୍ଷେତ୍ରକୁ। କ୍ରମାଗତ ଲକ୍‌ଡାଉନ୍‌ ଯୋଗୁଁ ଲୋକଙ୍କ ରୋଜଗାର, ବ୍ୟବସାୟ ବନ୍ଦ ହୋଇପଡିଛି। ଏଭଳି ସମୟରେ ସରକାରୀସ୍ତରରେ ଏମ୍‌ଜିଏନ୍‌ଆରଇଜିଏ ଜରିଆରେ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ସବଳ କରିବା ପାଇଁ ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ଜିଲାପାଳ ଅରିନ୍ଦମ ଡାକୁଆ ଜିଲାର ଜନସାଧାରଣଙ୍କୁ ଭିଡିଓ ମ୍ୟାସେଜ୍‌ ଜରିଆରେ ଅବଗତ କରିଛନ୍ତି ଯେ, ଜିଲାରେ ଅର୍ଥନୈତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସାମାଜିକ ଦୂରତ୍ୱ ପାଳନ କରିବା, ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାନିଟାଇଜର ବ୍ୟବହାର କରିବା ଉପରେ ଲୋକଙ୍କୁ ଅପିଲ କରାଯାଉଛି। ଜିଲାରେ ବ୍ୟାପକ ଭାବେ ଏମ୍‌ଜିଏନ୍‌ଆରଇଜିଏ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏଣୁ ସ୍ଥାନୀୟ ସରପଞ୍ଚ ଓ ବିଡିଓମାନଙ୍କୁ ଯୋଗାଯୋଗ କରି ଲୋକେ କାମ କରିବାକୁ ଆବେଦନ କରନ୍ତୁୁ ବୋଲି ସେ ସୂଚନା ଦେଇଛନ୍ତି। ଏମ୍‌ଜିଏନ୍‌ଆରଜିଏ ଯୋଜନା ମାଧ୍ୟମରେ କାମ ଯୋଗାଇ ଦେବା ଓ ସେମାନଙ୍କ ମଜୁରି ଯୋଗାଇ ଦେବା ପାଇଁ ଅର୍ଥର କୌଣସି ଅଭାବ ନାହିଁ ବୋଲି ସେ କହିଛନ୍ତି। ରବିବାର ମହାରାଷ୍ଟ୍ରର ପାନ୍‌ବେଲଠାରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ ଆସିଥିବା ପ୍ରବାସୀଙ୍କ ମଧ୍ୟରେ ବଲାଙ୍ଗୀର ଜିଲାର ୨୦୮ ଜଣ ଥିଲେ। ବଲାଙ୍ଗୀର ସମେତ ଅନ୍ୟ ଜିଲାର ସମସ୍ତ ପ୍ରବାସୀଙ୍କୁ ସ୍ବତନ୍ତ୍ର ବସ୍‌ ଓ ସାନବାହନ ଯୋଗେ ସେମାନଙ୍କ ଜିଲା ଓ ନିର୍ଦ୍ଦିଷ୍ଟ ସ୍ଥାନୀୟ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ପଠାଯାଇଥିଲା। ସୋମବାର ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଆସିଥିବା ଆଉ ଏକ ଟ୍ରେନ୍‌ ଟିଟିଲାଗଡରେ ପହଞ୍ଚିବା ପରେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଇ ଦିଆଯାଇଛି। ଜିଲାର ପ୍ରତ୍ୟେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଭିନ୍ନ ପ୍ରକାର ସୁବ୍ୟବସ୍ଥା କରାଯାଇଛି। ଉକ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକରେ ଜଣେ ବୟୋପ୍ରାପ୍ତ ସଦସ୍ୟଙ୍କ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ଅବଧି ଭିତରେ ପ୍ରତିଦିନ ୧୨୦ଟଙ୍କା ମୂଲ୍ୟରେ ଦୁଇଓଳି ଖାଇବା, ସକାଳ ଓ ସନ୍ଧ୍ୟାରେ ଜଳଖିଆ ଦିଆଯିବା ବ୍ୟବସ୍ଥା କରାଯାଇଛି। ଗୁଣାତ୍ମକ ଓ ସୁସ୍ବାଦୁ ଖାଦ୍ୟ ଦିଆଯିବା ବ୍ୟବସ୍ଥା କରାଯାଉଛି ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri