କରୋନା ମୁକାବିଲାରେ ମୋଦି ସରକାର ସଫଳ

ନୂଆଦିଲ୍ଲୀ,୨୪ା୪: ପ୍ରାଣଘାତୀ କରୋନା ଭୂତାଣୁ ଯୋଗୁ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏଥିରୁ ଭାରତ ବାଦ୍‌ ଯାଇନି। ଦେଶରେ ଏବେ କରୋନା ମୃତ୍ୟୁ ୬୯୧ରେ ପହଞ୍ଚି ଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୨୧,୭୭୪ ହଜାରରେ ପହଞ୍ଚିଲାଣି। ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବେଶ୍‌ ତତ୍ପରତା ପ୍ରକାଶ ପାଇଛି। ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକ ତୁଳନାରେ ଭାରତର ସ୍ଥିତି ଭଲ ରହିଛି। କେନ୍ଦ୍ରର ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରିବା ସହ କେତେକ କଟକଣା ଲଗାଇଛନ୍ତି। ରେଳ, ବିମାନ ସେବା ସମ୍ପୂର୍ଣ୍ଣ ବନ୍ଦ ରହିଛି। ତଥାପି ବିଦେଶ ଫେରନ୍ତାଙ୍କୁ ନେଇ ଏବେ ବି ଭୟ ଲାଗିରହିଛି। ତେବେ ଦେଶରେ କରୋନା ମୁକାବିଲା ନେଇ ମୋଦି ସରକାରଙ୍କ ସପକ୍ଷରେ ଦୃଢ଼ ଜନ ସମର୍ଥନ ଦେଖିବାକୁ ମିଳିଛି। ଏକ ସର୍ଭେ ରିପୋର୍ଟରେ ୯୩.୫ ପ୍ରତିଶତ ଲୋକ ମୋଦି ସରକାର କରୋନା ଭୂତାଣୁର ମୁକାବିଲା କରିବାରେ ସଫଳ ହୋଇଥିବା କହିଛନ୍ତି। ପ୍ରଥମେ ୨୧ ଦିନିଆ ଲକ୍‌ଡାଉନ୍‌ ଓ ପରେ ମେ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା ମୋଦି ସରକାରଙ୍କ ଏକ ଦୃଢ଼ ପଦକ୍ଷେପ ବୋଲି ଲୋକେ କହିଛନ୍ତି।

ଆଇଏଏନ୍‌ଏସ୍‌-ସି-ଭୋଟର କୋଭିଡ୍‌-୧୯ ଟ୍ରାକର ମତରେ ଏପ୍ରିଲ ୧୬ରେ ୨୧ ଦିନିଆ ଲକ୍‌ଡାଉନ୍‌କୁ ଦେଶର ୭୬.୮ ପ୍ରତିଶତ ଜନତା ସମର୍ଥନ କରିଥିଲେ। ତେବେ କରୋନା କାୟାମେଳାଇବା ପରେ ମେ ୩ ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ଲକ୍‌ଡାଉନ୍‌କୁ ଏବେ ୯୩.୫ ପ୍ରତିଶତ ଲୋକେ ସମର୍ଥନ କରିଛନ୍ତି। ଦେଶରୁ କରୋନା ଭୂତାଣୁକୁ ହଟାଇବା ଲାଗି ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ବର୍ଗର ଲୋକଙ୍କ ସହ ମୋଦିଙ୍କ ଆଲୋଚନା, କେନ୍ଦ୍ରର କରୋନା ପ୍ୟାକେଜ୍‌, ଚିକିତ୍ସା ସେବା ନେଇ ପ୍ରସ୍ତୁତି, ଗରିବଙ୍କୁ ସହାୟତା ଘୋଷଣା, କରୋନା ଯୋଦ୍ଧାଙ୍କୁ ସମ୍ମାନ, ପ୍ରୋତ୍ସାହନ ସହ ଉତ୍ସାହିତ କରିବା ଭଳି ମୋଦି ସରକାରଙ୍କ ପଦକ୍ଷେପକୁ ଦେଶବାସୀ ବିପୁଳ ସମର୍ଥନ କରିଥିବା ସର୍ଭେ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ନିଜ ପରିବାର ସହ ଅମ୍ବାନୀଙ୍କ ଗଣପତି ଉତ୍ସବରେ ପହଞ୍ଚିଲେ ସଚିନ ତେନ୍ଦୁଲକର; ଶାଢ଼ୀ ପିନ୍ଧି ସଭିଙ୍କ ଦୃଷ୍ଟି ଆକର୍ଷଣ କଲେ ସାରା

ମୁମ୍ବାଇ: ଚଳିତ ବର୍ଷ ଗଣେଶ ଚତୁର୍ଥୀ ଅବସରରେ ଅମ୍ବାନୀ ପରିବାର ବେଶ ଧୁମଧାମରେ ଗଣପତି ବାପ୍ପାଙ୍କୁ ସ୍ବାଗତ କରିଥିଲେ। ସେପ୍ଟେମ୍ବର ୧୪ ରେ ‘ଆଣ୍ଟିଲିଆ’ (Antilia) ଠାରେ…

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?