କରୋନା ମୁକାବିଲା: ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡ଼ି ପୋଲିସ

ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍‌.ଏ.): କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ଅଣ୍ଟା ଭିଡ଼ିଛି । ୧୪୪ ଧାରାକୁ ବଜାୟ ରଖିବା ସହ ଦୋକାନ ବଜାର ବନ୍ଦ ରଖିବା ପାଇଁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ ଏସ୍‌ଆଇ ଅନିଲ କୁମାର ଦେବତା ସଦଳବଳ ସମସ୍ତ ଦୋକାନ ବଜାରକୁ ବନ୍ଦ କରିଛନ୍ତି। ଶନିବାର ସକାଳୁ ଦାରିଙ୍ଗବାଡ଼ି ପୋଲିସ ଦାରିଙ୍ଗବାଡ଼ି ସମେତ ସିମନବାଡ଼ି, କିରିକୁଟି, ପର୍ତ୍ତମାହା, ଶ୍ରାନିକେତା ପ୍ରମୁଖ ବ୍ୟବସାୟ ସ୍ଥଳରେ ପହଞ୍ଚି ଚା’ ଜଳଖିଆ ସମେତ ଲୁଗା ଦୋକାନ, ଉଠା ଦୋକାନ ଆଦିକୁ ବନ୍ଦ କରିଛନ୍ତି। କେବଳ ରାଶନ, ଓଷଧ ଏବଂ ପନିପରିବା ଦୋକାନକୁ ଖୋଲା ରଖାଯିବା ସହ ଗହଳିକୁ ରୋକାଯାଇଛି। କୌଣସି ଛକ, ବଜାରରେ ଜନଗହଳିକୁ ପୋଲିସ ଏଡ଼ାଇବା ସହ ଲୋକଙ୍କୁ ନିଜ ଘରେ ରହିବାକୁ ପରାମର୍ଶ ଦେଉଛି। କରୋନା ଭୂତାଣୁ ଯେଭଳି ସଂକ୍ରମଣ ନ ହେବ, ସେନେଇ ପୋଲିସ ପକ୍ଷରୁ ଜୋରଦାର ପ୍ରୟାସ କରାଯିବା ସହ ଆକ୍ସନ ମୁଡ୍‌ରେ ପୋଲିସ କାର୍ଯ୍ୟ କରୁଛି। ସେହିପରି ଦାରିଙ୍ଗବାଡ଼ିଠାରେ ଥିବା ବିଦେଶୀ ମଦ ଦୋକାନକୁ ଶନିବାରଠାରୁ ବନ୍ଦ କରାଯିବ ବୋଲି ଆଇଆଇସି ମାଝୀ ସୂଚନା ଦେଇଛନ୍ତିି। ଯେଉଁ ବ୍ୟବସାୟୀ ନିର୍ଦ୍ଦେଶ ଅବମାନନା କରିବେ, ସେମାନଙ୍କ ବିରୋଧରେ ଆଇନଗତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।
ଦାରିଙ୍ଗବାଡ଼ି ଅଞ୍ଚଳକୁ ବାହାର ରାଜ୍ୟରୁ ଫେରୁଥିବା ଲୋକଙ୍କୁ ପୋଲିସ ଯାତ୍ରୀବାହୀ ବସ୍‌ରୁ ନେଇ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇ ସ୍ବାସ୍ଥ୍ୟ ପରୀକ୍ଷା କରାଉଛି। ଜିଲାରେ ଯେଭଳିି ଜଣେ ମଧ୍ୟ କରୋନାରେ ସଂକ୍ରମଣ ନ ହେବେ, ସେନେଇ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ଚେଷ୍ଟା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ

ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

ପୂର୍ବତନ ଜିଆରଏସ୍‌ଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ, ୪ା୧୨(ରାକେଶ କୁମାର ରାଉତ): ଏକ ଲାଞ୍ଚ ନେବା ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରାଙ୍କୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri