କରୋନା ମୁକାବିଲା: ଏସ୍‌ସିବିରେ ହେବ ୭୦୦ ଶଯ୍ୟା, ୫୦ ଆଇସିୟୁ

କଟକ ଅଫିସ,୨୬ା୩:କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ରାଜ୍ୟର ଏହି ସର୍ବବୃହତ ଚିକିତ୍ସାଳୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ପ୍ରାକ୍‌ ସତର୍କତା ଦୃଷ୍ଟିକୋଣରୁ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବା ନେଇ ଯୋଜନା ହୋଇଛି। ଏସ୍‌ସିବିରେ କେବଳ କରୋନା ସନ୍ଦିଗ୍ଧ ଓ ଆକ୍ରାନ୍ତଙ୍କ ନିମନ୍ତେ ୭୦୦ ଶଯ୍ୟା ଓ ୫୦ଟି ଆଇସିୟୁ ବ୍ୟବସ୍ଥା କରାଯିବ। ୭୦୦ ଶଯ୍ୟା ମଧ୍ୟରୁ ୧୩୦ଟି ସ୍ବତନ୍ତ୍ର କ୍ୟାବିନ୍‌ ରହିବ, ଯେଉଁଠାରେ ସନ୍ଦିଗ୍ଧ କିମ୍ବା ରୋଗୀଙ୍କୁ ଉତ୍ତମମାନର ଚିକିତ୍ସା ସେବା ମିଳିପାରିବ। ସମ୍ପ୍ରତି ଏଠାରେ ୫୬ ଶଯ୍ୟା ଓ ୮ଟି ଆଇସିୟୁ ବ୍ୟବସ୍ଥା ରହିଛି। ମେଡିିକାଲ ପରିସରରେ ଥିବା ବିଭିନ୍ନ କୋଠାରେ ଉକ୍ତ ବର୍ଦ୍ଧିତ ଶଯ୍ୟା ବ୍ୟବସ୍ଥା କରାଯିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେଉଛି। ଏ ସମ୍ପର୍କରେ ଏସ୍‌ସିବି ଅଧୀକ୍ଷକ ପ୍ରଫେସର ଡା. ଅନ୍ନଦା ପ୍ରସାଦ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, କରୋନା ମୁକାବିଲା ପାଇଁ ବିଭିନ୍ନ ଦିଗ ପ୍ରତି ଧ୍ୟାନ ଦିଆଯାଉଛି। ଏବେ ଷ୍ଟାଫ୍‌ ସଙ୍କଟକୁ ଏଡାଇବା ପାଇଁ ପ୍ରସ୍ତୁତ ହେଉଛୁ। ଅନ୍ୟପକ୍ଷରେ ଏସ୍‌ସିବି ପରିସରରୁ କିଛିଦିନ ହେଲା ପାର୍କିଂ ବ୍ୟବସ୍ଥାକୁ ଉଠାଇ ଦିଆଯାଇଛି। ରୋଗୀ ସମ୍ପର୍କୀୟମାନେ ଏ ଦିଗରେ ସହଯୋଗ କରିବାକୁ ମେଡିିକାଲ ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri