କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଏନ୍‌ଆଇସି ପ୍ରକୋଷ୍ଠରେ ଉପସ୍ଥିତ ରହି ଆଲୋଚନା ଓ ସମୀକ୍ଷାରେ ସାମିଲ ହୋଇଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହିତ ଆଲୋଚନା ବେଳେ ସେ ରାଜ୍ୟ ପାଇଁ ବିଭିନ୍ନ ଦାବି କରିଛନ୍ତି। ଓଡ଼ିଶା ସରକାର କରୋନାକୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିସାରିଥିବା ବେଳେ ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିସାରିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୫ଶହରୁ ଊର୍ଦ୍ଧ୍ୱ ଶଯ୍ୟା ନିମନ୍ତେ କୋଭିଡ ହସ୍ପିଟାଲଗୁଡିକ ପ୍ରତିଷ୍ଠା ହୋଇସାରିଛି। ଆଗକୁ ୬ ହଜାର ବେଡ୍‌ ବୃଦ୍ଧି କରିବାକୁ ଯୋଜନା ରହିଛି। ଏଣୁ କରୋନ ମୁକାବିଲା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଯେଉଁ ଅନୁଦାନ ପ୍ରଦାନ କରାଯାଇଛି ତାହା ଅନ୍ୟ ରାଜ୍ୟ ତୁଳନାରେ କମ୍‌। ଏଣୁ ଏହି ଅନୁଦାନକୁ ବୃଦ୍ଧି କରିବାକୁ ସେ ଦାବି କରିଛନ୍ତି। ସେହିପରି ୫ ଲକ୍ଷ ପିପିଇ କିଟ୍‌ ସହ ଆରଟିପିସିଆର କିଟ୍‌, କ୍ୱାରାଣ୍ଟାଇନ ଟାବଲେଟ୍‌, ମାସ୍କ, ସାନିଟାଇଜର ଆଦି ପର୍ଯ୍ୟାପ୍ତ ପରିମାଣରେ ଯୋଗାଇ ଦେବାକୁ ଦାବି କରିଛନ୍ତି। ସେହିପରି ରାଜ୍ୟର ଅନୁସୁଚିତ ଜାତି ଓ ଜନଜାତି ଅଞ୍ଚଳ ପାଇଁ ସ୍ବତନ୍ତ୍ର ଗାଇଡ୍‌ ଲାଇନ ପ୍ରସ୍ତୁତକରି ପ୍ରତିଶେଧକ ବ୍ୟବସ୍ଥା କରିବାକୁ ମଧ୍ୟ ରାଜନ୍‌ୟ ସ୍ବାସ୍ଥ୍ୟମନ୍ତ୍ରୀ ଦାସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri