କରୋନା ମୁକାବିଲା ଚିନ୍ତା: ୩୬୫ ନୂଆ ଡାକ୍ତରଙ୍କୁ ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଦିନକୁ ଦିନ ଭୟଙ୍କର ରୂପ ନେଉଥିବା କରୋନା ଭାଇରସ୍‌ ସଂକ୍ରମଣର ମୁକାବିଲା ଲାଗି ସଜାଗ ରହିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଏ ନେଇ ତ୍ୱରିତ ପଦକ୍ଷେପ ସହ ଆବଶ୍ୟକ ସମସ୍ତ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ କୁହାଯାଇଛି। ଇତିମଧ୍ୟରେ ଓଡ଼ିଶା ଲୋକସେବା ଆୟୋଗଙ୍କ ଦ୍ୱାରା ପରିଚାଳିତ ପରୀକ୍ଷାରେ କୃତକାର୍ଯ୍ୟ ୩୬୫ଜଣ ଡାକ୍ତରଙ୍କୁ ରାଜ୍ୟ ସରକାର ବିଭିନ୍ନ ଡାକ୍ତରଖାନାରେ ନିଯୁକ୍ତି ଦେଇଛନ୍ତି। ନୂତନଭାବେ ନିଯୁକ୍ତି ପାଇଥିବା ଏହି ଡାକ୍ତରମାନେ ତୁରନ୍ତ ନୂଆ ଚାକିରିରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ଜାରି ବିଜ୍ଞପ୍ତି ଅନୁସାରେ, ଆସିଷ୍ଟାଣ୍ଟ୍‌ ସର୍ଜନ ପାହ୍ୟାର ମୋଟ ୩୬୫ଜଣ ଡାକ୍ତରଙ୍କୁ ନିଯୁକ୍ତି ମିଳିଛି। ଏ ନେଇ ଓଡ଼ିଶା ଲୋକସେବା ଆୟୋଗ ଜାନୁୟାରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କୁ ସୁପାରିସ କରିଥିଲେ। କାର୍ଯ୍ୟରେ ଯୋଗଦେବା ପୂର୍ବରୁ ଆସନ୍ତା ୩୦ଦିନ ମଧ୍ୟରେ କର୍ତ୍ତୃପକ୍ଷଙ୍କ ନିକଟରେ ସାର୍ଟିଫିକେଟ୍‌ ଯାଞ୍ଚ ଶେଷ କରିବାକୁ କୁହାଯାଇଛି। ବର୍ତ୍ତମାନ ରାଜ୍ୟରେ ମୋଟ ୮୭୧୯ଟି ପଞ୍ଜୀକୃତ ଡାକ୍ତର ପଦବୀ ଥିବାବେଳେ ଏବେ ପ୍ରାୟ ୩୫୦୦ ଡାକ୍ତର ପଦବୀ ଖାଲି ପଡ଼ିଛି। ଏହି ନୂଆ ଡାକ୍ତରଙ୍କ ଯୋଗଦାନ ଆଗାମୀ ଦିନରେ କରୋନା ସଂକ୍ରମଣକୁ ମୁକାବିଲା କରିବାରେ ବିଶେଷଭାବେ ସହାୟକ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ପଦଯାତ୍ରାରେ ଯିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୮(ପି.ଟି.): ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

Plane Crash: ଭୟଙ୍କର ବିମାନ ଦୁର୍ଘଟଣା, ୧୩ ମୃତ, ଦେଖନ୍ତୁ ଭୟଙ୍କର Video

ଲିମା,୨।୮: ଶନିବାର ଦକ୍ଷିଣ ଆମେରିକୀୟ ଦେଶ ପେରୁରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି, ଯାହା ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି। ରିପୋର୍ଟ ଅନୁଯାୟୀ ବିମାନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri