କରୋନା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ଜିଲାପାଳ

ପୁରୀ ଅଫିସ/କୋଣାର୍କ (ଡି.ଏନ୍‌.ଏ.),୧୦ା୪: କରୋନା ମୁକାବିଲା ନେଇ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରସ୍ତୁତି କେମିତି ରହିଛି ତାହାର ସମୀକ୍ଷା କରିଛନ୍ତି ପୁରୀ ଜିଲାପାଳ ବଲୱନ୍ତ ସିଂ। ଗୁରୁବାର ଜିଲାପାଳ କରୋନା ସଚେତନତା ସମ୍ପର୍କିତ ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଅସ୍ତରଙ୍ଗ ଓ କାକଟପୁର ବ୍ଲକ ଗସ୍ତ କରିଥିଲେ। ପ୍ରଥମେ ଜିଲାପାଳ କାକଟପୁର ବାଙ୍ଗୁରିଙ୍ଗାସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଥିଲେ। ସେଠାରେ କରୋନା ୱାର୍ଡ ବୁଲିଥିଲେ। ସେଠାରେ ଥିବା ବ୍ୟବସ୍ଥା ଓ କର୍ମଚାରୀଙ୍କ ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ। ପ୍ରତ୍ୟେକ ସ୍ଥାନରେ ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ ବ୍ୟବହାର ବାଧ୍ୟତାମୂଳକ ସମ୍ପର୍କିତ ପରାମର୍ଶ ଦେଇଥିଲେ। ଅଧିକ ଗହଳି ହେଉଥିବା ହାଟ ବଜାରରେ ସାମାଜିକ ଦୂରତା ଏବଂ ସ୍ବଚ୍ଛତାକୁ ସୁନିଶ୍ଚିତ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ପୁରୀ ଏବଂ ଜଗତ୍‌ସିଂହପୁର ମଧ୍ୟ ଜିଲା ସୀମା ସିଲ୍‌ ହୋଇଥିବା ଅଞ୍ଚଳ ଶିଖରଘାଟ ବୁଲି ଦେଖିଥିଲେ। ଏହାପରେ ଜିଲାପାଳ ଅସ୍ତରଙ୍ଗ ଯାଇଥିଲେ। ସେଠାରେ କରୋନା ମୁକାବିଲା ନିମନ୍ତେ ହୋଇଥିବା ବିଭିନ୍ନ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଲୋକମାନେ ଯେପରି ଠିକ୍‌ ଭାବେ ଲକ୍‌ଡାଉନ ନିୟମ ମାନିବେ ସେ ନେଇ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ପରେ କୋଣାର୍କ ସ୍ବାସ୍ଥ୍ୟକେନ୍ଦ୍ର ଯାଇ କରୋନା ମୁକାବିଲା ନିମନ୍ତେ ସେଠାକାର ବିଭିନ୍ନ ପ୍ରସ୍ତୁତି ସମ୍ପର୍କରେ ଡାକ୍ତର ଓ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ସେହିପରି ଜିଲାପାଳ କୋଣାର୍କ ଶିଶୁ ଓ ମାତୃ ମଙ୍ଗଳ ହସ୍ପିଟାଲରେ ଖୋଲା ଯାଇଥିବା ଆଇସୋଲେଶନ ସେଣ୍ଟର ବୁଲି କାର୍ଯ୍ୟ ଅନୁଧ୍ୟାନ କରିବା ସହ କରୋନା ନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସମୀକ୍ଷା କରିଥିଲେ। କୋଣାର୍କ ମାଛ ମାର୍କେଟ ସିଲ ସମ୍ପର୍କରେ ଅବଗତ ହୋଇଥିଲେ। ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିବା ପାଇଁ ସେ କହିଥିଲେ। ଜିଲାପାଳଙ୍କ ଏହି ଗସ୍ତ ସମୟରେ ଉପଜିଲାପାଳ ଭବତାରଣ ସାହୁ, ଜିଲାପରିଷଦ ଅଧ୍ୟକ୍ଷ ଜ୍ୟୋର୍ତିମୟ ଦଳାଇ, ସମ୍ପୃକ୍ତ ବିଡିଓ, ତହସିଲଦାର, ଥାନା ଅଧିକାରୀ, ମେଡିକାଲ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri