କରୋନା ମୁକାବିଲା: ପ୍ରସ୍ତୁତ ହେଲା ୬୫୦ ଶଯ୍ୟା ବିଶିଷ୍ଟ ୨ ହସ୍ପିଟାଲ

ଭୁବନେଶ୍ୱର,୨।୪(ବ୍ୟୁରୋ)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସ୍ବତନ୍ତ୍ର ଚିକିତ୍ସା ପାଇଁ ୬୫୦ ଶଯ୍ୟା ବିଶିଷ୍ଟ ୨ଟି ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଏହା ମଧ୍ୟରେ ରାଜଧାନୀ ଭୁବନେଶ୍ୱରର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ(କିମ୍ସ) ପରିସରରେ ୫୦୦ ଶଯ୍ୟା ରହିଛି। ଏହା ବ୍ୟତୀତ କଟକସ୍ଥିତ ଅଶ୍ୱିନୀ ହସ୍ପିଟାଲରେ ୧୫୦ଟି ବେଡ୍‌ ପ୍ରସ୍ତୁତ କରାଯାଇଛି। ମାତ୍ର ସପ୍ତାହକ ମଧ୍ୟରେ କରୋନା ମୁକାବିଲା ପାଇଁ ଏହି ଭିତ୍ତିଭୂମି ସ୍ଥାପନା କରାଯାଇଛି। ଏହାକୁ ଦେଶର ପ୍ରଥମ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଉର୍ଦ୍ଦିଷ୍ଟ ହସ୍ପିଟାଲ ବୋଲି କୁହାଯାଉଛି। କିମ୍ସ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ୫୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପାଇଁ ଓଡ଼ିଶା ଖଣି ନିଗମ(ଓଏମ୍‌ସି) ପକ୍ଷରୁ ଅର୍ଥ ପ୍ରଦାନ କରାଯାଇଛି। ଏଠାରେ କରୋନା ସଂକ୍ରମିତଙ୍କ ମାଗଣାରେ ଚିକିତ୍ସା କରାଯିବ। ସଂକ୍ରମିତଙ୍କ ଖାଦ୍ୟପେୟ ସମେତ ଅନ୍ୟାନ୍ୟ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଅନୁରୂପଭାବେ ଅଶ୍ୱିନୀ ହସ୍ପିଟାଲରେ ମଧ୍ୟ ସ୍ବତନ୍ତ୍ରଭାବେ କରୋନା ସଂକ୍ରମିତଙ୍କ ପାଇଁ ୧୫୦ ଶଯ୍ୟା ପ୍ରସ୍ତୁତ ହୋଇଛି। କିମ୍ସ ପରେ ରାଜ୍ୟରେ ଏହା ଦ୍ୱିତୀୟ କରୋନା ସଂକ୍ରମିତଙ୍କ ପାଇଁ ଉଦ୍ଦିଷ୍ଟ ଥିବା ହସ୍ପିଟାଲ। ଏହାକୁ ମଧ୍ୟ ମାତ୍ର ୭ ଦିନ ମଧ୍ୟରେ ପ୍ରସ୍ତୁତ କରାଯାଇଛି। ଏହି ହସ୍ପିଟାଲ ପାଇଁ ମଧ୍ୟ ଓଏମ୍‌ସି ଆର୍ଥିକ ସହାୟତା ପ୍ରଦାନ କରିଛି।
ହସ୍ପିଟାଲରେ ଥରେ ସଂକ୍ରମିତଙ୍କ ଚିକିତ୍ସା ଆରମ୍ଭ ହୋଇଗଲେ, ଏହାର ଡାକ୍ତର ଏବଂ ଅନ୍ୟାନ୍ୟ ସହଯୋଗୀ ଆଉ ଘରକୁ ଯାଇପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ନିୟୋଜିତ ଥିବା ଡାକ୍ତର, ପାରାମେଡିକାଲ ଷ୍ଟାପ୍‌ଙ୍କ ସହ ଆଲୋଚନା କରିଥିଲେ। ଏଥିସହିତ କରୋନା ମୁକାବିଲାରେ ସ୍ବାସ୍ଥ୍ୟକର୍ମୀ ବିଶେଷ ଭୂମିକା ଗ୍ରହଣ କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, କରୋନା ସଂକ୍ରମିତଙ୍କୁ ସମସ୍ତ ପ୍ରକାର ଗୁଣାତ୍ମକ ଚିକିତ୍ସା ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ। ସାମାଜିକ ଦୂରତ୍ୱ, ହାତକୁ ନିୟମିତ ଧୋଇବା ଏବଂ ଲକ୍‌ଡାଉନ ନିୟମକୁ ଠିକ୍‌ ଭାବେ ପାଳନ କରିବା ଦ୍ୱାରା କରୋନା ମୁକାବିଲା କରାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେହିପରି ଆସନ୍ତା ୩ ଦିନ ମଧ୍ୟରେ ମହାନଦୀ କୋଲ ଫିଲ୍ଡ୍ସ ଲିଃ(ଏମ୍‌ସିଏଲ୍‌) ଆର୍ଥିକ ସହଯୋଗରେ ସମ୍‌ ହସ୍ପିଟାଲରେ ଆଉ ୫୨୫ ଶଯ୍ୟା ବିଶିଷ୍ଟ କରୋନା ସଂକ୍ରମିତଙ୍କ ପାଇଁ ପ୍ରସ୍ତୁତ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri