କରୋନା ମୁକାବିଲା ଲାଗି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): କରୋନା ମୁକାବିଲା କରିବା ଲାଗି କେନ୍ଦ୍ର ସରକାର ଓଡ଼ିଶାକୁ ୪୬.୩୫କୋଟି ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି। ହେଲେ ଏହା ଯଥେଷ୍ଟ ନୁହେଁ, ଅଧିକ ଅନୁଦାନ ଦେବା ଲାଗି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କ ନିକଟରେ ଦାବି କରିଛନ୍ତି। କରୋନା ସଂକ୍ରମଣ ରୋକିବା ଲାଗି ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ଜଣାଇଛନ୍ତି। ଶୁକ୍ରବାର ହର୍ଷବର୍ଦ୍ଧନ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଥିବା ବେଳେ ଏହି ଅବସରରେ ରାଜ୍ୟ ପକ୍ଷରୁ ଅଧିକ ଅନୁଦାନ ଲାଗି ଦାବି କରାଯାଇଛି।
ଏହି ଅବସରରେ ମନ୍ତ୍ରୀ ଦାସ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରିବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ତେଣୁ ଏହାକୁ ଲାଗୁ କରାଯାଉ। ହାଇଡ୍ରୋ କ୍ଲୋରୋକୁଇନ ଟାବଲେଟ, ଏନ୍‌-୯୫ ମାସ୍କ, ଭିଟାମିନ ସି ତୁରନ୍ତ ରାଜ୍ୟକୁ ପଠାଯାଉ। କରୋନା ଆକ୍ରାନ୍ତ ରୋଗୀଙ୍କ ଚିକିତ୍ସା ପାଇଁ ୫ଲକ୍ଷ ପିପିଇ ଯୋଗାଇ ଦିଆଯାଉ। କରୋନା ଆକ୍ରାନ୍ତଙ୍କ ରକ୍ତ ପରୀକ୍ଷା ପାଇଁ ଏହା ଅତ୍ୟନ୍ତ ଜରୁରୀ ଆର୍‌ଟିପିସିଆର୍‌ କିଟ୍‌ ଆବଶ୍ୟକ ମୁତାବକ ରାଜ୍ୟ ପାଖରେ ନାହିଁ, ତାହା ମଧ୍ୟ ଆବଶ୍ୟକ। ବର୍ତ୍ତମାନ ଓଡ଼ିଶାରେ ୩୦୦ ଆର୍‌ଏନ୍‌ଏସ୍‌ ରହିଛି ଆହୁରି ୫ ହଜାର ଆବଶ୍ୟକ। ଏସବୁ ଜିନିଷ ଯୋଗାଣକୁ ସୁନିଶ୍ଚିତ କରାଯାଉ। ଅନୁସୂଚିତ ଜାତି ଓ ଜନଜାତି ବହୁଳ ଅଞ୍ଚଳଗୁଡିକରେ ଆଗୁଆ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଦାଶ ଅନୁରୋଧ କରିଛନ୍ତି। ରାଜ୍ୟରେ ଅନେକ ସମୟରେ ବିପର୍ଯ୍ୟୟ ଲାଗି ରହୁଥିବାରୁ ସ୍ବତନ୍ତ୍ର କୋଭିଡ୍‌ ପାଣ୍ଠି ଆର୍ଥିକ ସହାୟତା ଦିଆଯାଉ। ସେହିପରି ଭିମ୍‌ସାର ବୁର୍ଲା, ବ୍ରହ୍ମପୁର ଏମ୍‌କେସିଜି, ବଲାଙ୍ଗୀର ଏବଂ ଅନ୍ୟାନ୍ୟ ହସ୍ପିଟାଲରେ କରୋନା ରକ୍ତ ପରୀକ୍ଷା ଲାଗି ନିର୍ଦ୍ଦେଶ ଦିଆଯାଉ। ଏଥିସହ ବାଲେଶ୍ୱର ଏମ୍‌ସ ସାଟେଲାଇଟ ହସ୍ପିଟାଲକୁ କରୋନା ହସ୍ପିଟାଲ କରିବାକୁ ନିଷ୍ପତ୍ତି ନିଅନ୍ତୁ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri