କରୋନା ମୁକାବିଲା ଲାଗି ସଚେତନତା ସୃଷ୍ଟି କରନ୍ତୁ ସ୍ବେଚ୍ଛାସେବୀ : ଜିଲାପାଳ

ବୌଦ୍ଧ, ୨ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ବୌଦ୍ଧ ଜିଲାର ସ୍ବେଚ୍ଛାସେବୀ ସଂଗଠନମାନଙ୍କ ସହିତ ଜିଲାପାଳ ଆଲୋଚନା କରିଛନ୍ତି। ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ଲଲାଟେନ୍ଦୁ ମିଶ୍ର ସାମାଜିକ ଦୂରତା ହିଁ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଏକମାତ୍ର ବିକଳ୍ପ ବୋଲି କହିଥିଲେ। ସ୍ବେଚ୍ଛାସେବୀ ସଂଗଠନମାନେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ କାର୍ଯ୍ୟ କରିବାକୁ ଏହି ଅବସରରେ ସେ ପରାମର୍ଶ ଦେଇଛନ୍ତି। ସାରା ଜିଲା ଲକଡାଉନରେ ରହିଥିବାବେଳେ ଅନେକ ଗରିବ, ଅସହାୟ ଖଟିଖିଆ ପରିବାରଙ୍କୁ ଦୁଇଓଳି ପେଟକୁ ମୁଠାଏ ଖାଦ୍ୟ ଯୋଗାଇଦେବା ସମସ୍ତଙ୍କ ପାଇଁ ଏକ ସାମାଜିକ କର୍ତ୍ତବ୍ୟ। ତେଣୁ ସାମାଜିକ ସଂଗଠନ ଓ ବଦାନ୍ୟ ବ୍ୟକ୍ତିବିଶେଷ ଏଥିରେ ଆଗେଇ ଆସିବା ପାଇଁ ଜିଲାପାଳ ମିଶ୍ର ଅନୁରୋଧ କରଥିଲେ। ଜିଲାର ପ୍ରତ୍ୟେକ ପଞ୍ଚାୟତ ପାଇଁ ନୋଡାଲ ସ୍ବେଚ୍ଛାସେବୀ ସଂଗଠନ ଭାବରେ ଦାୟିତ୍ୱ ଗ୍ରହଣ କରିବା ସହିତ ଜିଲାପାଇଁ ମଧ୍ୟ ଦାୟିତ୍ୱ ନିର୍ବାହ କରିବାକୁ ବୈଠକରେ ଅନୁରୋଧ କରାଯାଇଥିଲା। ଗୁରୁବାର ଜିଲାରେ ୩୮୮୬ ଜଣଙ୍କ ପାଇଁ ମାଗଣା ଖାଦ୍ୟ ବ୍ୟବସ୍ଥା କରାଯାଇଥିଲା। ଲୋକଙ୍କ ମଧ୍ୟରେ ହାତଧୁଆ ସଚେତନତା, ଖାଦ୍ୟ ବଣ୍ଟନ, ପରିଷ୍କାର ପରିଛନ୍ନତା, ବାହାର ଲୋକଙ୍କୁ ଚିହ୍ନଟ କରି ପଞ୍ଜୀକୃତ କରାଇବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ଜିଲାର ୧୪ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତା ବୈଠକରେ ଉପସ୍ଥିତ ଥିଲେ। ବୈଠକରେ ସର୍ବସମ୍ମତିକ୍ରମେ ଅଗ୍ରଣୀ ୱାଇସିଡିଏ ବାଉଁଶୁଣୀକୁ ଜିଲାର ନୋଡାଲ ସ୍ବେଚ୍ଛାସେବୀ ସଂଗଠନ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ସୁରଭିକୁ ବୌଦ୍ଧ ବ୍ଲକ, ପ୍ରଗତିକୁ କଣ୍ଟାମାଳ ଓ ଲୋକକଳା ବିକାଶ କେନ୍ଦ୍ର ସରସରାକୁ ହରଭଙ୍ଗା ବ୍ଲକର ନୋଡାଲ ସ୍ବେଚ୍ଛାସେବୀ ସଂଗଠନ ଭାବରେ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ବୈଠକରେ ଏସ୍‌ପି ଭି. ରଘୁନାଥ ରାଓ, ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶଶାଙ୍କ ଶେଖର ଦାଶ, ଉପଜିଲାପାଳ ଏନସି ଜ୍ୟୋତି ରଞ୍ଜନ ନାଏକଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri