କରୋନା ମୁକାବିଲା: ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ

ଭୁବନେଶ୍ୱର,୧୪ା୫(ବ୍ୟୁରୋ)- କରୋନା(କୋଭିଡ-୧୯) ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ଦେବାକୁ ପୂର୍ବରୁ ଘୋଷଣା କରିଛନ୍ତି । ଏବେ ସରପଞ୍ଚମାନଙ୍କୁ ମଧ୍ୟ ଏହି ତାଲିକାରେ ସାମିଲ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତୃଣମୂଳ ସ୍ତରରେ କରୋନା ମୁକାବିଲା ପାଇଁ ସରପଞ୍ଚମାନେ ଅସ୍ଥାୟୀ ଚିକିତ୍ସା ଶିବିର (ଟିଏମ୍‌ସି), କ୍ୱାରାଣ୍ଟାଇନ ସେଣ୍ଟର ଏବଂ ଅନ୍ୟାନ୍ୟ କୋଭିଡ ସୁବିଧାଗୁଡିକର ସୁପରିଚାଳନାରେ ଉତ୍ସର୍ଗୀକୃତ ଭାବେ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ କରୁଛନ୍ତି। ସେମାନେ ଆମ ଆଗଧାଡ଼ିର ଯୋଦ୍ଧା। ସେମାନଙ୍କ ପରିବାର ହିତ ପାଇଁ ପୂର୍ବ ଘୋଷିତ ୫୦ ଲକ୍ଷ ସହାୟତା ରାଶିରେ ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯିବ। ସେମାନଙ୍କ ପରିବାର ଏହି ସହାୟତା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri