କରୋନା ମୁକାବିଲା: ୧୫ ଦିନ ଧରି ସଚେତନତା ସହ ତଥ୍ୟ ନିଆଯିବ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ କୋଭିଡ୍‌-୧୯ ସମ୍ପର୍କରେ ୧୫ଦିନ ଧରି ବ୍ୟାପକ ସଚେତନତା କରାଯିବ। ଏଥିସହ ବୟସ୍କ ଓ ସଂକ୍ରମିତ ଆଶଙ୍କା ଥିବା ଲୋକଙ୍କ ତଥ୍ୟ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି। ଏଣିକି ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ପୂରା ଜିଲାକୁ ରେଡ୍‌ ଜୋନ୍‌ ଘୋଷଣା କରାଯିବ ନାହିଁ। ଯେହେତୁ ଏଥିଯୋଗୁ ଅର୍ଥନୀତି ପ୍ରଭାବିତ ହେଉଛି, ତେଣୁ ଲକ୍‌ଡାଉନ୍‌-୪ରେ ରାଜ୍ୟ ସରକାରଙ୍କ ନୂଆ ଗାଇଡଲାଇନ୍‌ ଅନୁସାରେ ପଞ୍ଚାୟତ ସ୍ତରରେ ଗ୍ରୀନ୍‌, ରେଡ୍‌ ଓ ଅରେଞ୍ଜ ଜୋନ୍‌ ଚିହ୍ନଟ ହେବ। ଏନେଇ ସମ୍ପୃକ୍ତ ଜିଲାର ଜିଲାପାଳ, ପୌରାଞ୍ଚଳର କମିଶନର ଏବଂ ସରପଞ୍ଚମାନେ ଏହାର ତଦାରଖ କରିବେ। କେବଳ ସଂକ୍ରମିତ ଅଞ୍ଚଳ ବା କଣ୍ଟେନମେଣ୍ଟ ଜୋନକୁ ହିଁ ରେଡ୍‌ ଜୋନ୍‌ ଭାବେ ଘୋଷଣା କରିପାରିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ସେ କହିଛନ୍ତି, ଭାରତ ତୁଳନାରେ ଓଡ଼ିଶାରେ ସଂକ୍ରମଣ ହାର କମ୍‌ ରହିଛି। ଓଡ଼ିଶାର କରୋନା ମୃତ୍ୟୁହାର ମଧ୍ୟ ସବୁଠୁ କମ୍‌ ଅଛି। ଓଡ଼ିଶା ସରକାରଙ୍କ ପୂର୍ବପ୍ରସ୍ତୁତି ଯୋଗୁ କରୋନା ସଂକ୍ରମଣ ବିଶେଷ କ୍ଷତି କରିପାରି ନାହିଁ। ପଞ୍ଚାୟତସ୍ତରରେ ସଙ୍ଗରୋଧ କେନ୍ଦ୍ର ପ୍ରସ୍ତୁତ ରଖିବା ଏକ ସଫଳ ନିଷ୍ପତି। ରାଜ୍ୟରେ ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମୋଟ ୮ଲକ୍ଷ ଶଯ୍ୟା ସରକାର ପ୍ରସ୍ତୁତ ରଖିଥିବାବେଳେ ମାତ୍ର ୩ଲକ୍ଷ ଶଯ୍ୟା ବର୍ତ୍ତମାନ ପୂରଣ ହୋଇଛି। ସଙ୍ଗରୋଧ ଅବଧି ସରିବା ପରେ ପ୍ରାୟ ୧ଲକ୍ଷ ଲୋକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଫେରିଲେଣି। ସେହିପରି ଅନ୍ୟ ରାଜ୍ୟରୁ ୧ ଲକ୍ଷ ୫୩ ହଜାର ଲୋକ ରାଜ୍ୟକୁ ଫେରିଛନ୍ତି। ସେଥିମଧ୍ୟରୁ ସର୍ବାଧିକ ୭୩ ହଜାର ଗଞ୍ଜାମ ଜିଲାକୁ ଆସିଛନ୍ତି। ନୂଆ ଗାଇଡଲାଇନ୍‌ ଅନୁସାରେ ରାଜ୍ୟର ଅନୁମତି ବିନା ଟ୍ରେନ୍‌ ଆସୁଛି। ଏହାକୁ ନେଇ ସମସ୍ୟା ଉପୁଜୁଛି ଏବଂ ଅଧିକ ପରିଶ୍ରମ କରିବାକୁ ପଡୁଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଜୁନ୍‌ ପହିଲାରୁ ରାଜ୍ୟରେ ଆଉ ୧୨ଟି ଟ୍ରେନ ଚଳାଚଳ କରିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri