କରୋନା ମୁକାବିଲା: ୩.୪୯ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ, ୨୨୧ଜଣଙ୍କ କୋଭିଡ୍‌ ଟେଷ୍ଟିଙ୍ଗ ରିପୋର୍ଟକୁ ଅପେକ୍ଷା

ଛତ୍ରପୁର, ୨୫/୪(ଡିଏନଏ )- ଗଞ୍ଜାମ ଜ଼ିଲାରେ ଶୁକ୍ରବାର ସୁଦ୍ଧା ୧୦୭୪ ଜଣଙ୍କ ସ୍ବାବ ପରୀକ୍ଷା କରାଯାଇଛି। ଏଥିରୁ ୮୫୩ ଜଣଙ୍କ ରିପୋର୍ଟ ଆସିଥିବାବେଳେ କେହି ପଜିଟିଭ୍‌ ନଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ତେବେ ଆଉ ୨୨୧ ଜଣଙ୍କ ଟେଷ୍ଟିଂ ରିପୋର୍ଟ ଆସିବାକୁ ବାକି ରହିଛ।

କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜ଼ିଲା ପ୍ରଶାସନ ପକ୍ଷରୁ ସମସ୍ତ ଘରକୁ ଯାଇ ପରିବାରସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା କିଭଳି ଅଛି ସେ ନେଇ ସର୍ଭେ କରାଯାଉଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ଏହି ଯାଞ୍ଚ କରାଯାଉଛି। ଏଥିପାଇଁ ଅଙ୍ଗନବାଡି କର୍ମୀ, ଆଶା କର୍ମୀ, ଶିକ୍ଷକଙ୍କୁ ନେଇ ଗଠିତ ଟିମ ଘରକୁ ଘର ଯାଇ ଏ ସମ୍ପର୍କରେ ସର୍ଭେ କରୁଛନ୍ତି।

ଡିଆର୍‌ଡିଏ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଶୁକ୍ରବାର ସୁଦ୍ଧା ଜିଲାର ୭ ଲକ୍ଷ ୯୦ ହଜାର ୨୦୬ ଘରକୁ ଯାଇ ପ୍ରଶାସନ ପକ୍ଷରୁ ଗଠିତ ଟିମ ସର୍ଭେ କରି ୩୩ ଲକ୍ଷ ୪୯ ହଜାର ୮୮୫ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚରା ଯାଇ ତଥ୍ୟ ସଂଗ୍ରହ କରାଯାଇଛି। ଜିଲାରେ ୯୪୩ ଜଣ ହୋମ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ ୩୪୫ ଜଣ ବିଭିନ୍ନ ଆଇସୋଲସନ ସେଣ୍ଟରରେ ଅଛନ୍ତି। ଶୁକ୍ରବାର ଲକ୍‌ଡାଉନ ନିୟମ ଉଲଂଘନ ନେଇ ୭ଟି ଗାଡି ଜବତ କରାଯାଇଥିବାବେଳେ ମାସ୍କ ପିନ୍ଧି ନ ଥିବା ନେଇ ୧୦୯୯ ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri