କରୋନା ଯୁଦ୍ଧରେ ବିଜୟୀ ହେବା ପରେ ପ୍ରଥମ ଫଟୋ ଶେୟାର କଲେ କନିକା

ମୁମ୍ବାଇ: ବଲିଉଡ୍‌ ସିଙ୍ଗର କନିକା କପୁର କରୋନା ଭାଇରସ ଦ୍ୱାରା ସଂକ୍ରମିତ ହେବା ପରେ ପ୍ରତିଦିନ ତାଙ୍କ ସ୍ବାସ୍ଥ୍ୟକୁ ନେଇ କିଛି ନା କିଛି ଖବର ସାମ୍ନାକୁ ଅସୁଥିଲା। ସବୁଠାରୁ ବଡ କଥା ହେଲା ସେ ବିଦେଶରୁ ଫେରି କ୍ୱାରାଣ୍ଟାଇନରେ ନ ରହି କିଛି ପାର୍ଟିରେ ଯୋଗ ଦେଇଥିବାରୁ ଅନେକେ ତାଙ୍କୁ ଗାଳି ଦେଇଥିଲେ। ଏହା ତାଙ୍କର ଖାମଖିଆଲ ନୀତି ବୋଲି କେହି କେହି କହିଥିଲେ। ଯେବେ କନିକା କରୋନାରେ ସଂକ୍ରମିତ ଥିବା ଜଣାପଡିଥିଲା ସେତେବେଳେ ସେ ପୁରା ଭାଙ୍ଗି ପଡିଥିଲେ। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହେବା ସହ ଲକ୍ଷ୍ନୌ ସ୍ଥିତ ଘରେ ନିଜ ପରିବାର ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି ବୋଲି ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଛନ୍ତି। ସେ ଏବେ ଘରେ ଥିବା ବେଳେ ମାତାପିତାଙ୍କ ସହ ଆରାମରେ ବସି ଚା’ ପିଇବାର ଏକ ଫଟୋ କନିକା ନିକଟରେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ତେବେ ସେ ସୁସ୍ଥ ହେବା ପରେ ପ୍ରଥମେ ଇନଷ୍ଟାଗ୍ରାମରେ ତାଙ୍କ କରୋନା ସଂକ୍ରମଣକୁ ନେଇ ଏକ ଲମ୍ବା ଚଉଡା ବାର୍ତ୍ତା ଲେଖିଥିଲେ। ସେ କେମିତି କରୋନାରେ ସଂକ୍ରମିତ ହେଲେ। ଏହାପରେ ଲୋକେ ତାଙ୍କୁ କେମିତି ଦୋଷାରୋପ କଲେ ସବୁକଥା ସେ ଉଲ୍ଲେଖ କରିଛନ୍ତି। ହେଲେ ଏଥିରେ ତାଙ୍କର କିଛି ଭୁଲ୍‌ ନ ଥିଲା ବୋଲି ସେ ସଫେଇ ଦେଇଛନ୍ତି। କାରଣ ବିମାନ ବନ୍ଦରରେ ତାଙ୍କର ଟେଷ୍ଟ କରାଯାଇ ନ ଥିଲା। ଏହାସହ ସେ କୌଣସି ପାର୍ଟି ମଧ୍ୟ ହୋଷ୍ଟ କରି ନ ଥିବା ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri