କରୋନା ଯୁଦ୍ଧରେ ଭାରତ ଆଗରେ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୭।୪: ଭାରତ କରୋନା ଯୁଦ୍ଧରେ ଆଗରେ ରହିଛି ବୋଲି ଶୁକ୍ରବାର ପ୍ରକାଶ କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ। ସେ କହିଛନ୍ତି ଦେଶରେ ଯେଉଁ ପରିମାଣରେ କରୋନା ସଂକ୍ରମଣ ବଢି ଚାଲିଥିବା ବର୍ତ୍ତମାନ ଏହା ୪୦ ପ୍ରତିଶତ କମ୍‌ ହୋଇଛି। ଏହାସହ ୮୦ ପ୍ରତିଶତ ରୋଗୀ ଭଲ ମଧ୍ୟ ହୋଇଛନ୍ତି। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩,୮୩୫ରେ ପହଞ୍ଚିଥିବା ବେଳେ ଏମାନଙ୍କ ମଧ୍ୟରୁ ୧,୭୬୬ ଜଣ ସୁସ୍ଥ ହୋଇଥିବା ସେ ପ୍ରକାଶ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୦୭୬ ନୂଆ ରୋଗୀ ଚିହ୍ନଟ ହୋଇଥିବା ବେଳେ ୩୨ ଜଣଙ୍କ ମୃତ୍ୟୁ ହୋଇଛି। ଏବେ ୧୧,୬୧୬ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୪୫୨ ଜଣଙ୍କ ମୃତ୍ୟୁ ହୋଇଛି ବୋଲି କହିଛି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ଏହାସହ ଅଗ୍ରଓ୍ବାଲ କହିଛନ୍ତି ଦେଶରେ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଆମପାଇଁ ଚିନ୍ତାର ବିଷୟ। ଆମକୁ ସବୁ ପରିସ୍ଥିତିରେ କରୋନା ସହ ଲଢିବାର ଅଛି। ଆଣ୍ଟି ବଡିଜକୁ ନେଇ କାମ ଆରମ୍ଭ କରାଯାଇଥିବା ବେଳେ ପ୍ଲାଜମା ମାଧ୍ୟମରେ ଚିକିତ୍ସା କରିବାକୁ ଚେଷ୍ଟା ଚାଲିଛି। ଦେଶରେ କୋଭିଡ-୧୯ ଦ୍ୱିଗୁଣା ହେବାକୁ ୩ ଦିନ ଲାଗୁଥିବା ବେଳେ ଏବେ ଏହା ୬.୨ ଦିନ ହୋଇଯାଇଥିବା ସେ କହିଛନ୍ତି। ଏହାସହ ୧୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଡବଲିଂ ରେଟ୍‌ ଦେଶର ଡବଲିଂ ରେଟ୍‌ଠାରୁ କମ୍‌। ଏଗୁଡିକ ହେଲା କେରଳ, ଉତ୍ତରାଖଣ୍ଡ, ହରିୟାଣା, ହିମାଚଳପ୍ରଦେଶ, ଚଣ୍ଡିଗଡ଼, ଲଦାଖ, ପୁଡୁଚେରୀ, ଦିଲ୍ଲୀ, ବିହାର, ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ, ପଞ୍ଜାବ, ଆସାମ, ତ୍ରିପୁରା ଇତ୍ୟାଦି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

ଗାଡ଼ିର ଚାଲାଣ ଭରିନାହାନ୍ତି କି? ଏହିଦିନ ମିଳିବ ବଡ଼ ସୁଯୋଗ, କମ୍‌ ଟଙ୍କାରେ କରନ୍ତୁ ସମାଧାନ

ନୂଆଦିଲ୍ଲୀ,୮।୯: ରାସ୍ତାରେ ଟ୍ରାଫିକ ନିୟମ ଏବେ ଅଧିକ କଡ଼ା ହୋଇଛି। ଅଜାଣତରେ କିମ୍ବା ଭୁଲ୍‌ବଶତଃ ଗାଡ଼ିର ଇ-ଚାଲାଣ କଟିଯିବା ସାଧାରଣ କଥା। ଅନେକ ସମୟରେ ଚାଲାଣ ରାଶି…

ଦୁର୍ଗାପୂଜାରେ ବାଜିବ ନାହିଁ ଡିଜେ, ଅଷ୍ଟମୀ ହେବ ‘ଡ୍ରାଏ ଡେ’…, ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେବ ଭାଜପା ସରକାର

କୋଲକାତା,୮।୯: ଅକ୍ଟୋବର ୧୧ରେ ସାରା ଦେଶରେ ନବରାତ୍ରି ପର୍ବ ଆରମ୍ଭ ହେବ। ଏହି ଅବସରରେ ପଶ୍ଚିମବଙ୍ଗର ଦୁର୍ଗାପୂଜା ପାଇଁ ମଧ୍ୟ ପ୍ରସ୍ତୁତି ଚାଲିଛି। ୭୫ ବର୍ଷ ପରେ…

୧୭ ବର୍ଷରେ ୧୭ଶହରୁ ଅଧିକ ମଞ୍ଚରେ ଦଣ୍ଡନୃତ୍ୟ: ଚର୍ଚ୍ଚାରେ ଦେବେନ୍ଦ୍ର ନାଏକ

ଅମରପାଲି,୮ା୯(ପୀତାମ୍ବର ସାହୁ):ଦଣ୍ଡ ନୃତ୍ୟ, ଷୋଳ ସୁଆଙ୍ଗ ଓଡ଼ିଶାର ପ୍ରାଚୀନ ଲୋକକଳା ଓ ସଂସ୍କୃତିର ଏକ ଅନନ୍ୟ ପରିଚୟ। ଆଧୁନିକତାର ପ୍ରଭାବରେ ଏହି ପାରମ୍ପରିକ କଳା ଧୀରେ ଧୀରେ…

‘ଲାଜ ଲାଗୁନି…’, କଙ୍ଗନାଙ୍କ ମୁଣ୍ଡକୁ ଉଠିଗଲା ରାଗ: ଅଧିକାରୀଙ୍କୁ ମନ ଇଚ୍ଛା ଶୁଣାଇଦେଲେ

ମଣ୍ଡି,୮।୯: ହିମାଚଳ ପ୍ରଦେଶର ମଣ୍ଡିରୁ ଭାଜପା ସାଂସଦ କଙ୍ଗନା ରାଣାୱତ ଜିଲା ବିକାଶ ସମନୱୟ ଓ ନିରୀକ୍ଷଣ କମିଟି (ଦିଶା) ବୈଠକରେ ଅଧିକାରୀଙ୍କ କାର୍ଯ୍ୟଶୈଳୀକୁ ନେଇ କଡ଼ା…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri