କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ସଂକ୍ରମିତ ଡାକ୍ତରଙ୍କ ମୃତଦେହକୁ କବର ଦେବାକୁ ବିରୋଧ କଲେ ଲୋକେ

ଚେନ୍ନାଇ,୨୧।୪: ସାରା ବିଶ୍ୱ ଏବେ ଲଢୁଛି ଅଦୃଶ୍ୟ ଯୁଦ୍ଧରେ। ଆଉ ଏହାର ଯୋଦ୍ଧା ସାଜିଛନ୍ତି ଦ୍ୱିତୀୟ ଈଶ୍ୱର କୁହାଯାଉଥିବା ଡାକ୍ତର। ହେଲେ ଯେତେବେଳେ ଏହି ଯୋଦ୍ଧାଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହେଉଛି ସେତେବେଳେ ମଣିଷ ପାଖରେ ମରିଯାଉଛି ମାନବିକତା। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ଚେନ୍ନାଇରେ। ସେଠାରେ ଜଣେ ୫୫ ବର୍ଷୀୟ ଡାକ୍ତରଙ୍କର ମୃତ୍ୟୁକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି। ଚେନ୍ନାଇର ଡାକ୍ତର ସିମୋନ ହର୍କୁଲେସ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବା ପରେ ସେ ନିଜେ ଏଥିରେ ସଂକ୍ରମିତ ହୋଇଥିଲେ। ଡାକ୍ତର କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ତାଙ୍କର ମୃତ୍ୟୁହେବା ପରେ ପରିବାର ଲୋକେ ଓ ସାଥି ଡାକ୍ତର ତାଙ୍କ ମୃତ ଶରୀରକୁ କବର ଦେବାକୁ ନେବା ସମୟରେ ଡାକ୍ତର ରହୁଥିବା କଲୋନିର ଲୋକେ ଏହାକୁ ବିରୋଧ କରିବା ସହ ଡାକ୍ତର ସିମୋନଙ୍କ ମୃତଦେହକୁ ନେଇ ଯାଉଥିବା ଆମ୍ବୁଲାନ୍ସ ଉପରକୁ ପଥରମାଡ କରିଥିଲେ। ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ଆହତ ମଧ୍ୟ ହୋଇଥିଲେ। ଫଳରେ ତାଙ୍କୁ କବର ଦେବାକୁ ପରିବାର ଲୋକେ କିଛି ସମୟ ଏଣେ ତେଣେ ବୁଲିଥିଲେ। ଏହାପରେ ମୃତ ଡାକ୍ତରଙ୍କ ପରିବାର ଲୋକେ ପୋଲିସର ସହାୟତା ନେବାରୁ ରାତି ପ୍ରାୟ ୧ଟା ୩୦ ମିନିଟରେ ପୂର୍ବ ନିର୍ଦ୍ଧାରିତ କବରସ୍ଥାନରେ ତାଙ୍କୁ କବର ଦିଆଯାଇଥିବା ସୂଚନା ମିଳିଛି। ଏହି ମାମଲାରେ ପୋଲିସ ୨୦ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri