କରୋନା ଯୋଦ୍ଧାଙ୍କ ଉପରେ ସଙ୍କଟ: ସେନାଠାରୁ ପୋଲିସ ପର୍ଯ୍ୟନ୍ତ ସବୁଠାରେ ବଢୁଛି ସଂକ୍ରମଣ; ଦିଲ୍ଲୀର ୯ ସିଆର୍‌ପିଏଫ୍‌ ଯବାନ ପଜିଟିଭ୍‌

ନୂଆଦିଲ୍ଲୀ,୨୫।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟ ଜାରି ରହିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରିଛନ୍ତି। ଲକ୍‌ ଡାଉନ୍‌ରେ ସାଧାରଣ ଲୋକେ ଘରେ ଥିବାବେଳେ କରୋନା ଯୋଦ୍ଧା କୁହାଯାଉଥିବା ଭାରତୀୟ ସେନା କର୍ମଚାରୀ ଏବଂ ପୋଲିସ ବାହାରେ ମୁତୟନ ହୋଇଛନ୍ତି। ଏବେ ସେମାନଙ୍କ ମଧ୍ୟରେ ଧୀରେଧୀରେ ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀର ୯ ଜଣ ସିଆର୍‌ପିଏଫ୍‌ ଯବାନଙ୍କ ନମୁନା ପରୀକ୍ଷଣ କରୋନା ପଜିଟିଭ୍‌ ଆସିଛି। ସେମାନେ ସିଆର୍‌ପିଏଫ୍‌ ୩୧-ବି ବାଟାଲିୟନ୍‌ର ଯବାନ। ସୁରକ୍ଷା ଦୃଷ୍ଟିରୁ ୫୦ ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସେହିପରି ଗୁଜରାଟର ଅହମଦାବାଦରେ ୪୬ ପୋଲିସଙ୍କ ନମୁନା କରୋନା ପଜେଟିଭ୍‌ ଆସିଛି। ସୁରକ୍ଷା ଦୃଷ୍ଟିରୁ ଏଠାରେ ୨୦୦ ପୋଲିସ କର୍ମଚାରୀଙ୍କୁ ଘରେ କ୍ୱାରାଣ୍ଟାଇନ୍‌ କରାଯାଇଛି। ଇତିମଧ୍ୟରେ ସେମାନଙ୍କ ମଧ୍ୟରୁ ୧୧ ଜଣ ସୁସ୍ଥ ହୋଇସାରିଛନ୍ତି। ତାମିଲନାଡୁର କୋୟମ୍ବାଟୁର ୭ ପୋଲିସଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଭୋପାଳରେ ୩୪ ପୋଲିସ କର୍ମଚାରୀଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ପଶ୍ଚିମବଙ୍ଗରେ ୯ ଜଣ ଆର୍‌ପିଏଫ୍‌ ଯବାନଙ୍କ ନମୁନା ପରୀକ୍ଷଣ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହି ଯବାନମାନେ ଦିଲ୍ଲୀ ଯାତ୍ରା କରିଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ଫିଟିଲା ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ଗୁମର: ମୃତ୍ୟୁ ପୂର୍ବରୁ ବୟଫ୍ରେଣ୍ଡ୍‌ଙ୍କୁ …

ଭୁବନେଶ୍ୱର,୧୩।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍‌ଙ୍କ ମୃତ୍ୟୁ ଘଟଣାରେ ପର୍ଦ୍ଦାଫାଶ ହୋଇଛି। ଭୀମସେନଙ୍କ ପାଇଁ ଚନ୍ଦ୍ରିକାଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ତଥ୍ୟ ମିଳିଛି ବୋଲି…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ଭାରତୀୟ କ୍ରୁ ମେମ୍ବରଙ୍କୁ ନେଇ ଯାଉଥିବା ଜାହାଜ ‘ଲିଆକି ଫ୍ରିଡମ’ ଉପରେ ଆମେରିକାର ଆକ୍ରମଣ? MEA କଲା ସ୍ପଷ୍ଟ

ନୂଆଦିଲ୍ଲୀ,୧୩।୬: ଓମାନ ଉପକୂଳରେ ‘ଲିଆକି ଫ୍ରିଡମ’ନାମକ ଜାହାଜ ଭାରତୀୟ କ୍ରୁ ସହିତ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ଖବର ପ୍ରକାଶ ପାଇବା ପରେ, ଜାହାଜ ଉପରେ ଆକ୍ରମଣର ଗୁଜବ…

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri