କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ଜି.ଉଦୟଗିରି ଏନ୍‌ଏସି ତରଫରୁ ସଫେଇ କର୍ମଚାରୀଙ୍କୁ ଦିଆଗଲା ପିପିଇ

ଜି.ଉଦୟଗିରି,୨୨।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସି ତରଫରୁ ବୁଧବାର ସଫେଇ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ପୋଷାକ(ପିପିଇ) ଯୋଗାଇ ଦିଆଯାଇଛି। କରୋନା ଯୁଦ୍ଧରେ ଏମାନେ ମଧ୍ୟ ଆଗ ଧାଡ଼ିର ଯୋଦ୍ଧା। ସେମାନଙ୍କ ସୁରକ୍ଷା ପାଇଁ ଏହି ପୋଷାକ ଦିଆ ଯାଇଛି ବୋଲି ଜି. ଉଦୟଗିରି ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର କହିଛନ୍ତି। ସମୁଦାୟ ୨୩ ଜଣ ମହିଳା ଓ ୨୨ ଜଣ ପୁରୁଷ ସଫେଇ କର୍ମଚାରୀଙ୍କୁ ଏହି ପୋଷାକ ଦିଆଯାଇଛି ବୋଲି ଏନ୍‌ଏସି ସ୍ବଚ୍ଛ ଭାରତ ସଂଯୋଜକ କମ୍ବୁନାଥ ପାଣିଗ୍ରାହୀ ଓ ଜନ ସ୍ବାସ୍ଥ୍ୟ ପରିଦର୍ଶକ ସୁରେନ ବିଷୋୟୀ କହିଛନ୍ତି । ପୋଷାକ ବଣ୍ଟନ ବେଳେ ଏନ୍‌ଏସିର ବରିଷ୍ଠ ସହାୟକ ସତ୍ୟପ୍ରକାଶ ମହାପାତ୍ର, ନରୋତ୍ତମ ସାହୁ, ଶିବ ସୁନ୍ଦର ଦାଶଙ୍କ ସମେତ ଅନେକ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍‌ଓ୍ୱେଲ କାମ କରୁ ନ...

ଖଜୁରି ଗଛର କି ଗୁଣ ଗାଇବି

ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍‌ ତା’ର...

ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା

ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର...

ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ

ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ...

ସମୟ ଧାରାରେ ଚକ୍ରବୃଦ୍ଧି ସୁଧ

ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

ଅନ୍ତର୍ଜାତୀୟ ପର୍ବତ ଦିବସ: ହିମବାହର ଆବଶ୍ୟକତାକୁ ଗୁରୁତ୍ୱ

ପ୍ରତିବର୍ଷ ଡିସେମ୍ବର ୧୧ରେ ପାଳିତ ହୋଇଥାଏ ‘ଅନ୍ତର୍ଜାତୀୟ ପର୍ବତ ଦିବସ’। ପର୍ବତର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି, ପର୍ବତ ବିକାଶରେ ସୁଯୋଗ ଓ ପ୍ରତିବନ୍ଧକକୁ ଉଜାଗର...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri