କରୋନା ଯୋଦ୍ଧା ପାଲଟିଛନ୍ତି ଗଣମାଧ୍ୟମ ପ୍ରତିନିଧି, ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ ,୧୬।୫: ମହାମାରୀ କରୋନା ଆତଙ୍କରେ ବିଶ୍ୱ ଆତଙ୍କିତ। ଏହାର ମୁକାବିଲା ଲାଗି ଲକ୍‌ ଡାଉନ୍‌ ଓ ସଟ୍‌ ଡାଉନ୍‌ ମାଧ୍ୟମରେ ସରକାର ସମସ୍ତଙ୍କ ସୁରକ୍ଷା ପାଇଁ ଘରୁ ବାହାରକୁ ନ ବାହାରିବା ପାଇଁ କଟକଣା ଜାରି କରିଛନ୍ତି। ଏଭଳି ଏକ ଘଡିସନ୍ଧି ମୂହୁର୍ତ୍ତରେ ସମାଜ ନିକଟରେ ସାମ୍ପ୍ରତିକ ଘଟଣାବଳୀକୁ ପହଞ୍ଚାଇବା ପାଇଁ ନିଜ ପରିବାର ତଥା ନିଜ ଜୀବନକୁ ତୁଚ୍ଛ କରିଛନ୍ତି ଗଣମାଧ୍ୟମ ପ୍ରତିନିଧିମାନେ। ତେବେ ସାମାଜିକ ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବା ସହିତ ସେମାନେ ଜନସାଧାରଣଙ୍କ ନିକଟରେ ନିରନ୍ତର ଖବର ପହଞ୍ଚାଇ ଚାଲିଛିନ୍ତି। ଏଣୁ ସେମାନେ ମଧ୍ୟ ଜଣେ ଜଣେ କରୋନା ଯୋଦ୍ଧା ପାଲଟିଛନ୍ତି ବୋଲି ଜିଲା ଭାଜପା ପକ୍ଷରୁ ଶନିବାର ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ଯୋଗ ଦେଇ ଜିଲ୍ଲା ଭାଜପା ସଭାପତି ହେମନ୍ତ ପାଢୀ, ଭଦ୍ରକ ବିଧାନସଭା ନେତା ଡାକ୍ତର ପ୍ରଦୀପ ନାୟକ ମତବ୍ୟକ୍ତ କରିଛନ୍ତି। ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଶଶୀକାନ୍ତ ବିଶ୍ୱାଳ, ଅଶୋକ ପରିଜା, ଭାଗିରଥୀ ମହାକୁଡ, ବିକାଶ ଶ୍ରେଷ୍ଠା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଜିଲ୍ଲାସ୍ତରୀୟ ଖବରଦାତାଙ୍କୁ ଭାଜପା ପକ୍ଷରୁ ଉତ୍ତରୀୟ, ମାସ୍କ, ସାନିଟାଇଜର ଆଦି ଦିଆଯାଇ ସମ୍ମାନିତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri