କରୋନା ରୋଗୀଙ୍କ ସହ ବିବାହ ବାର୍ଷିକୀ

ରାଞ୍ଚି: ଏବେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ନିଜର ସବୁ ସ୍ବପ୍ନ ଓ ସୁଖସୁବିଧାଥିବା ଜୀବନ ଉପଭୋଗ କରିବାରୁ ବଞ୍ଚିତ ହେଉଛନ୍ତି। ଏମିତି କି ଜୀବନର କେଉଁ ମୁହୂର୍ତ୍ତରେ ସେମାନଙ୍କୁ ବିପଦ ଗ୍ରାସ କରିବ ସେନେଇ ବି ଚିନ୍ତାରେ ଅଛନ୍ତି। ଏମିତି ସମୟରେ ଝାଡ଼ଖଣ୍ଡର ରାଞ୍ଚିରେ ଥିବା ରିମ୍ସ (ରାଜେନ୍ଦ୍ର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌)ର ଏକ ଡାକ୍ତର ଦମ୍ପତି ଡାକ୍ତରଖାନାରେ ବିବାହବାର୍ଷିକୀ ପାଳନ କରି ଉଦାହରଣ ସୃଷ୍ଟି କରିଛନ୍ତି। ରିମ୍ସର ଡାକ୍ତର ନିଶିକାନ୍ତ ପାଠକ ଏବଂ ତାଙ୍କ ପତ୍ନୀ ରିଥିକା ଉଭୟ କରୋନା ଭାଇରସ୍‌ ରୋଗୀଙ୍କୁ ଚିକିତ୍ସା କରୁଛନ୍ତି। ସେଥିପାଇଁ ସେମାନେ ଘର ପରିବାର ଲୋକଙ୍କ ପାଖକୁ ଯାଇପାରୁନାହାନ୍ତି। ତେଣୁ ଡାକ୍ତରଖାନାରେ ହିଁ ଯେଉଁ ସମୟ ମିଳୁଛି ସେହି ସମୟ ମଧ୍ୟରେ ଖୁସି ବାଣ୍ଟିବାକୁ ଚେଷ୍ଟା କରୁଛନ୍ତି। ଏହି ଉଦ୍ଦେଶ୍ୟରେ ସେମାନେ ନିଜ ବିବାହବାର୍ଷିକୀ ପାଳନ କରିବା ପାଇଁ ଡାକ୍ତରଖାନାରେ ସମସ୍ତ କରୋନା ରୋଗୀଙ୍କୁ ଟ୍ରିଟ୍‌ ଦେଇଛନ୍ତି। ରୋଗୀମାନଙ୍କ ସହ ଡାକ୍ତର ଦମ୍ପତି ଏଭଳି ଏକ ସ୍ବତନ୍ତ୍ର ଉତ୍ସବ ପାଳନ କରିଥିବାରୁ ଡାକ୍ତରଖାନା ପରିବେଶ ଏକ ଭିନ୍ନ ପ୍ରକାରର ଖୁସିରେ ଭରି ଯାଇଥିଲା। ରୋଗୀଙ୍କ ମନରେ ଏକ ସକାରାତ୍ମକ ଭାବନା ଭରି ଯାଇଥିଲା। ଏଥିପାଇଁ ଏବେ ଏହି ଡାକ୍ତର ଦମ୍ପତିଙ୍କୁ ସବୁ ମହଲରୁ ଶୁଭେଚ୍ଛା ଦିଆଯାଉଛି। ଏମିତି କି ମୁଖ୍ୟମନ୍ତ୍ରୀ ମଧ୍ୟ ଏହି କରୋନା ଯୋଦ୍ଧାଙ୍କୁ ସ୍ବତନ୍ତ୍ରଭାବେ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri