କରୋନା ଲଢ଼େଇରେ ଟାଟାଷ୍ଟିଲ ବିଏସ୍‌ଏଲ୍‌

ଓଡ଼ାପଡ଼ା, ୧୦।୪(ଡି.ଏନ.ଏ.): ସମଗ୍ର ବିଶ୍ୱ କୋଭିଡ୍‌-୧୯ ଭୂତାଣୁ ସହ ଲଢୁଥିବାବେଳେ ଟାଟାଷ୍ଟିଲ ବିଏସ୍‌ଏଲ୍‌ ସହାୟତାରେ ଆଖପାଖ ଗଁାର ମହିଳା ସଦସ୍ୟମାନେ କରୋନା ମୁକାବିଲା ପାଇଁ ଅଣ୍ଟା ଭିଡ଼ିଛନ୍ତି। କମ୍ପାନୀ ସହଯୋଗରେ ଗୃହଲକ୍ଷ୍ମୀ କୋଅପରେଟିଭ୍‌ ଏଚ୍‌ଏଚ୍‌ଜି ତରଫରୁ ହିନ୍ଦୋଳ ବ୍ଲକ ନୂଆଗାଁ, କୁରୁଣ୍ଟି, ଅସନବଣି ଗ୍ରାମରେ ୨୦ରୁ ଊର୍ଦ୍ଧ୍ୱ ମହିଳା ମାସ୍କ ତିଆରି କାମରେ ଲାଗି ପଡ଼ିଛନ୍ତି। ଟାଟାଷ୍ଟିଲ ବିଏସ୍‌ଏଲ୍‌ ପକ୍ଷରୁ ମହିଳାଙ୍କୁ କପଡ଼ା ଯୋଗାଇ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ୨୦ହଜାର ମାସ୍କ ତିଆରି କରିବା ଯୋଜନା ଥିବାବେଳେ ବର୍ତ୍ତମାନସୁଦ୍ଧା ୧୩ ହଜାର ମାସ୍କ ତିଆରି ସରିଲାଣି। ମହିଳାମାନେ ହାତ ତିଆରି ମାସ୍କକୁ ଅଞ୍ଚଳବାସୀଙ୍କୁ ଯୋଗାଇ ଦେଉଛନ୍ତି। କେବଳ ଏତିକି ନୁହେଁ, କମ୍ପାନୀ ପକ୍ଷରୁ କୁସୁପଙ୍ଗା, ନୂଆଗଁା, ଶିବପୁର, ମଙ୍ଗଳପୁର, ପାଇକ ପୁରୁଣାକୋଟ ପଞ୍ଚାୟତ, ଅନୁଗୋଳ ଜିଲା ନୂଆହାଟ ପଞ୍ଚାୟତର ଅଙ୍ଗନଓ୍ବାଡି କର୍ମୀ, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀ, ସଫେଇ କାମରେ ନିୟୋଜିତ କର୍ମଚାରୀଙ୍କୁ ମାସ୍କ ବଣ୍ଟନ କରାଯାଇଛି। କମ୍ପାନୀର ଓମେନ ଏମ୍ପାଓ୍ବାରମେଣ୍ଟ ଆଣ୍ଡ୍‌ ଏଣ୍ଟ୍ରେପ୍ରିନିୟରଶିପ୍‌ କାର୍ଯ୍ୟକ୍ରମ ଅଧୀନରେ କାରଖାନା ପାର୍ଶ୍ୱବର୍ତ୍ତୀ ଗ୍ରାମର ମହିଳାଙ୍କୁ ସଶକ୍ତ କରିବା ଦିଗରେ ଏପରି ବହୁବିଧି ପଦକ୍ଷେପ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି

ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri