କରୋନା ଲଢ଼େଇରେ ସଫଳତା: ସଂକ୍ରମିତଙ୍କୁ ରେମ୍‌ଡିସିଭିର୍‌ ଔଷଧ ଦେଲେ ପଡୁନି ଭେଣ୍ଟିଲେଟରର ଆବଶ୍ୟକତା

ଓ୍ବାଶିଂଟନ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ତେବେ କରୋନା ଲଢ଼େଇରେ ଧୀରେଧୀରେ ସଫଳତାର ଆଶା ସୃଷ୍ଟି ହେବାରେ ଲାଗିଛି। ଆମେରିକାରେ କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଇବୋଲା ସଂକ୍ରମଣ ରୋକିବା ପାଇଁ ବ୍ୟବହାର କରାଯାଇଥିବା ରେମ୍‌ଡିସିଭିର୍‌ ଔଷଧର ପ୍ରୟୋଗ ବେଶ୍‌ ସଫଳ ରହିଛି। ରେମ୍‌ଡିସିଭିର୍‌ ଦିଆଯାଇଥିବା ସଂକ୍ରମିତଙ୍କୁ ଆଉ ଭେଣ୍ଟିଲେଟରକୁ ଯିବାକୁ ପଡୁ ନ ଥିବା କୁହାଯାଉଛି। କରୋନା ସଂକ୍ରମିତଙ୍କ କ୍ଷେତ୍ରରେ ଏହି ଔଷଧ ଆଶ୍ଚର୍ଯ୍ୟଜନକ ଭାବେ କାର୍ଯ୍ୟ କରୁଛିି। ସଂକ୍ରମିତ ସୁସ୍ଥ ହୋଇ ୧୦ରୁ ୧୪ ଦିନ ମଧ୍ୟରେ ଘରକୁ ଫେରୁଥିବା କୁହାଯାଉଛି। ଏହି ଆଣ୍ଟି ଭାଇରାଲ ଔଷଧର ଉପଯୋଗ କରୋନା କ୍ଷେତ୍ରରେ ବେଶ୍‌ ସଫଳ ରହିଥିବା ଆମେରିକାର ଆଲର୍ଜି ଏବଂ ସଂକ୍ରାମକ ରୋଗ ଇନଷ୍ଟିଚ୍ୟୁଟ୍‌ର ନିର୍ଦ୍ଦେଶକ ବିଶେଷଜ୍ଞ ଆନ୍ଥୋନୀ ଫାଉଚି ସୂଚନା ଦେଇଛନ୍ତି। ତେବେ ଆମେରିକା ଫୁଡ୍‌ ଡ୍ରଗ୍‌ ଆଣ୍ଡ୍‌ ଆଡମିନିଷ୍ଟ୍ରେଶନ(ଏଫ୍‌ଡିଏ) ପକ୍ଷରୁ ଏହାର ବ୍ୟବହାର ପାଇଁ ଅନୁମତି ଦିଆଯାଇଛି। ଆମେରିକାରେ ଏହାର ବ୍ୟବହାର କରାଗଲେ ପରେ ହୁଏତ ଅଗାମୀ ଦିନରେ ଭାରତରେ ମଧ୍ୟ ଏହାକୁ ବ୍ୟବହୃତ କରାଯିବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି, କମାଏ ହୃଦ୍‌ରୋଗ ଆଶଙ୍କା

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri