କରୋନା ସଂକ୍ରମଣରେ ଆଗକୁ ବଢୁଛି ବ୍ରାଜିଲ-ଭାରତ

ଓ୍ବାଶିଂଟନ,୫।୬: ୟୁରୋପୀୟ ଦେଶକୁ ବାଦ୍‌ ଦେଲେ ଏବେ ଆମେରିକା ସମେତ ଏସିଆ ଓ ଆଫ୍ରିକାରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ସୁଦ୍ଧା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬,୯୨,୬୦୦ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ୩,୯୨,୨୦୦ ଅତିକ୍ରମ କରି ସାରିଛି। ତେବେ ଗତ ୨୪ ଘଣ୍ଟାରେ ୫,୫୦୦ ଜଣଙ୍କ ମୃତ୍ୟୁ ବିଶ୍ୱବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି। ଆମେରିକା ପରେ ବ୍ରାଜିଲ, ଭାରତ, ରୁଷିଆ, ପେରୁ, ଚିଲି ଓ ପାକିସ୍ତାନ କରୋନା ସଂକ୍ରମଣର ହଟ୍‌ସ୍ପଟ ପାଲଟି ଯାଇଛନ୍ତି। ବ୍ରାଜିଲରେ ଗୁରୁବାର ୩୧,୮୦୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬,୧୫,୮୭୦ରେ ପହଞ୍ଚିଛି।  ଗତ ୨୪ ଘଣ୍ଟାରେ ବ୍ରାଜିଲରେ ୧,୪୯୨ ଜଣଙ୍କ ମୃତ୍ୟୁ ହେବାସହ ସେଠାରେ ମୃତକଙ୍କ ସଂଖ୍ୟା ୩୪ ହଜାର ଅତିକ୍ରମ କରି ସାରିଲାଣି। ସେହିପରି ଭାରତରେ ଗତ ୨୪ ଘଣ୍ଟାରେ ୯,୮୫୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୨୬,୭୭୦ରେ ପହଞ୍ଚିଛି।  ୨୪ ଘଣ୍ଟାରେ ୨୭୩ ଜଣଙ୍କ ମୃତ୍ୟୁ ହେବାସହ ମୃତକଙ୍କ ସଂଖ୍ୟା ୬,୩୪୮ ହୋଇଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା…

କୁଆଁରମୁଣ୍ଡା-ପଦମପୁର ରାସ୍ତା ଶୋଚନୀୟ: କାଦୁଅରେ ଗଡ଼ି ଆନ୍ଦୋଳନକାରୀଙ୍କ ପ୍ରତିବାଦ

କୁଆଁରମୁଣ୍ଡା,୨୫।୭(ମହେନ୍ଦ୍ର କୁମାର ସାହୁ): କୁଆଁରମୁଣ୍ଡା-ପଦମପୁର ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ରାସ୍ତାରେ ସୃଷ୍ଟି ହୋଇଥିବା ଖାଲଖମାରେ ବର୍ଷା ପାଣି ଜମି ଯାତାୟାତରେ ବାଧାସୃଷ୍ଟି ହୋଇଛି। ଏପରି କି…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ଗଞ୍ଜାମ ପେଲିସର ‘ଅପରେଶନ ଅନ୍ୱେଷଣ–୩’: ନିଖୋଜ ବ୍ୟକ୍ତିମାନଙ୍କୁ ବିଭିନ୍ନ ରାଜ୍ୟରୁ ….

ଛତ୍ରପୁର୨୫।୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ପେଲିସ ଜିଲାରେ ‘ଅପରେଶନ ଅନ୍ୱେଷଣ–୧’ ଓ ‘ଅପରେଶନ ଅନ୍ୱେଷଣ–୨’ର ବିପୁଳ ସଫଳତା ପରେ ଚଳିତ ମାସ ୧୮ ତାରିଖରୁ ୨୨ ତାରିଖ…

ହୃଦ୍‌ଘାତରେ ପ୍ରାଣ ହରାଇଲେ ବରିଷ୍ଠ ଶିକ୍ଷକ

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନାରାୟଣପୁର ପଞ୍ଚାୟତର ଶିରିପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ଶିକ୍ଷକ ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ପରଲୋକରେ…

କିଏ ହେବେ ପରବର୍ତ୍ତି ଶିକ୍ଷା ମନ୍ତ୍ରୀ? ସଞ୍ଜୟ ରାଉତ କଲେଣି ବଡ଼ ଦାବି

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ, ଉଦ୍ଧବ ଗୋଷ୍ଠୀର ବରିଷ୍ଠ ନେତା ସଞ୍ଜୟ ରାଉତ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ସମ୍ପର୍କରେ ଏକ…

ଖାଲି ଧର୍ମେନ୍ଦ୍ରଙ୍କ ଇସ୍ତଫା ଚଳିବ ନାହିଁ, ଆମର ଆଉ ୨ ଦାବି ଏବେ ବି ବାକି ଥିବା କହି CJP…

ନୂଆଦିଲ୍ଲୀ,୨୫ା୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କକ୍ରୋଚ୍‌ ଜନତା ପାର୍ଟି (ସିଜେପି) ମୁଖ୍ୟ ଅଭିଜିତ୍‌ ଦୀପ୍‌କେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗଣତନ୍ତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri