କରୋନା ସଂକ୍ରମଣ: ଇଟାଲୀକୁ ପଛରେ ପକାଇ ଆଉ ଗୋଟିଏ ପାହାଚ ଉପରକୁ ଗଲା ଭାରତ

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏବେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଗଲାଣି ସଂକ୍ରମିତଙ୍କ ସଂଖ୍ୟା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯,୮୮୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୩୬,୬୫୭ରେ ପହଞ୍ଚିଛି। ଅନ୍ୟପଟେ ଏବେ ଇଟାଲୀରେ ସଂକ୍ରମିତଙ୍କ ସଂଖ୍ୟା ୨.୩୪ ଲକ୍ଷ ଥିବା ବେଳେ ସଂକ୍ରମଣ କ୍ଷେତ୍ରରେ ଭାରତ ଇଟାଲୀକୁ ପଛରେ ପକାଇ ଦେଇଛି। ଏହାସହ ସବୁଠାରୁ ଅଧିକ ସଂକ୍ରମିତ ଦେଶ ତାଲିକାରେ ଭାରତ ୬ ନମ୍ବର ସ୍ଥାନକୁ ଚାଲି ଯାଇଛି। ତେବେ ଦେଶରେ ଗତ ୨୪ ଘଣ୍ଟାରେ ୨୯୪ ଜଣଙ୍କ ମୃତ୍ୟୁ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏବେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୬,୬୪୨ରେ ପହଞ୍ଚି ଥିବା ବେଳେ ୧,୧୫,୯୪୨ ଜଣଙ୍କର ଚିକିତ୍ସା ଚାଲିଛି। ସେହିପରି ୧,୧୪,୦୭୩ ଜଣ ସୁସ୍ଥ ହୋଇଥିବା ମଧ୍ୟ ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୮୦,୨୨୯ରେ ପହଞ୍ଚିଛି ଓ ଏମାନଙ୍କ ମଧ୍ୟରୁ ୪୨,୨୨୪ ଜଣଙ୍କ ଚିକିତ୍ସା ଚାଲିଛି। ତେବେ ଇଟାଲୀରେ ଦିନକରେ ଯେତିକି ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିଲା ଏବେ ତା’ଠାରୁ ଅଧିକ ସଂକ୍ରମିତଙ୍କୁ ଭାରତରେ ଚିହ୍ନଟ କରାଯାଇଛି। ଜନ୍ସ ହପକିନ୍ସ ୟୁନିଭସିଟିର ସୂଚନା ଅନୁଯାୟୀ, ଏବେ ବିଶ୍ୱରେ ୬୬.୬୪ ଲକ୍ଷ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୩.୯୧ ଲକ୍ଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇ ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri