କରୋନା ସଂକ୍ରମଣ ପ୍ରତିହତ ଲାଗି ଡବେରୀରେ ଗାଡ଼ିମୋଟର ଯାଞ୍ଚ

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପକ୍ଷରୁ ମିଳିତ ଭାବେ ଡବେରୀଠାରେ ବ୍ଲକିଂ କରି କଡ଼ାକଡ଼ି ଭାବେ ଗାଡ଼ିମୋଟର ଯାଞ୍ଚ କରାଯାଉଛି। ରାଜ୍ୟ ବାହାରୁ ବିଶେଷକରି ପଶ୍ଚିମବଙ୍ଗ ସମେତ ବିଭିନ୍ନ ରାଜ୍ୟରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସୁଥିବା ବେଳେ ଏବେ ତାହା ବନ୍ଦ କରି ଦିଆଯାଇଛି। ସେହିପରି ଦାରିଙ୍ଗବାଡ଼ି ଅଞ୍ଚଳରୁ ମଧ୍ୟ କିଛି ଲୋକ କେରଳ, ତାମିଲନାଡୁ ପରି ବିଭିନ୍ନ ରାଜ୍ୟକୁ ରୋଜଗାର ପାଇଁ ଯାଇଥିବା ବେଳେ କରୋନା ସଂକ୍ରମଣକୁ ଭୟକରି ଏବେ ନିଜ ଭିଟାମାଟିକୁ ଫେରୁଛନ୍ତିି। ଏଣୁ ସେମାନଙ୍କୁ ପୋଲିସ, ରାଜସ୍ବ ବିଭାଗ ଏବଂ ସ୍ବାସ୍ଥ୍ୟବିଭାଗର କର୍ତ୍ତୃପକ୍ଷ ମିଳିତ ଭାବେ ଯାଞ୍ଚ କରିବା ସହ ସେମାନଙ୍କୁ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ସ୍ବାସ୍ଥ୍ୟ ପରୀକ୍ଷା କରାଉଛନ୍ତି ବୋଲି ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀ କହିଛନ୍ତି। ଏବେ ଜିଲା ପ୍ରଶାସନ ୧୪୪ ଧାରା ଲାଗୁ କରିବା ପରେ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସିବା ଏକପ୍ରକାର ବନ୍ଦ କରିଦେଇଛନ୍ତି। ସେହିପରି ବିଭିନ୍ନ ସ୍ଥାନରେ ସରକାରୀ ଏବଂ ବେସରକାରୀ ସ୍ତରରେ ସଭାସମିତି ମଧ୍ୟ ବନ୍ଦ ରହିଛି।ବଜାର,ରାସ୍ତାଘାଟ ପ୍ରାୟ ଶୂନ୍‌ଶାନ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

କୋଟିଆ ଜଙ୍ଗଲରେ ଆନ୍ଧ୍ର ପୋଲିସର ଅଚାନକ ଚଢ଼ାଉ: ବିପୁଳ ରନ୍ଧା ମଦ ଓ ଗୁଡ଼ ଜବତ ପରେ ନଷ୍ଟ, ଖସିଗଲେ…

ପଟ୍ଟାଙ୍ଗି,୧୦ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ବିବାଦୀୟ କୋଟିଆ ପଞ୍ଚାୟତର ଜଙ୍ଗଲରେ ପଡ଼ୋଶୀ ଆନ୍ଧ୍ର ପ୍ରଦେଶ ପୋଲିସ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି।…

ବୋଲେରୋରେ ଚାଲାଣ ହେଉଥିଲା କଫ୍‌ ସିରପ୍‌: ବରଗଡ଼ରେ ପୋଲିସର ଚଢ଼ାଉ, ୧୨୦୦ ବୋତଲ ସହ ଧରାପଡ଼ିଲେ…

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସକୁ କଫ୍‌ ସିରପ୍‌ ଚୋରା କାରବାର ବିରୋଧରେ ଶନିବାର ସକାଳେ ଏକ ବଡ଼ ସଫଳତା ମିଳିଛି। ବେଆଇନ କଫ୍‌ ସିରପ୍‌…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?