କରୋନା ସଂକ୍ରମଣ: ବ୍ରାଜିଲରେ ମୃତଦେହ ସଂସ୍କାର ପାଇଁ ସ୍ଥାନର ଅଭାବ

ବ୍ରସିଲିଆ,୨୩।୫: କରୋନା ସଂକ୍ରମଣ କ୍ଷେତ୍ରରେ ବ୍ରାଜିଲ ଏବେ ହଟ୍‌ସ୍ପଟ ପାଲଟି ଯାଇଛି। କରୋନା ସଂକ୍ରମଣ ଓ ମୃତକଙ୍କ ସଂଖ୍ୟାରେ ଏବେ ରୁଷକୁ ପଛରେ ପକାଇଛି ବ୍ରାଜିଲ। ଶୁକ୍ରବାର ଏଠାରେ ୨୦ହଜାର ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏହା ଏକ ରେକର୍ଡ କରିଛି ବୋଲି କୁହାଯାଉଛି। ବ୍ରାଜିଲରେ ଏବେ ପର୍ଯ୍ୟନ୍ତ ମୋଟ ୩,୩୦,୮୦୦ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାସହ ୨୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ମଧ୍ୟ ହେଲାଣି। ଏତେ ସଂଖ୍ୟାରେ ମୃତ୍ୟୁ ହେବା ସରକାରଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। ମୃତଦେହ ଗୁଡିକ ରାସ୍ତାରେ ପଡି ରହୁଥିବା ବେଳେ ହସ୍ପିଟାଲ ଓ କବରସ୍ଥାନରେ ମଧ୍ୟ ମୃତକଙ୍କ ଭିଡ ଦେଖିବାକୁ ମିଳିଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଛି ଦକ୍ଷିଣ ଆମେରିକା ଏବେ କରୋନା ମହାମାରୀର ନୂଆ ଠିକଣା ପାଲଟିଛି। ଏହା ଭିତରେ ବ୍ରାଜିଲର ସ୍ଥିତି ସବୁଠାରୁ ଉଦ୍‌ବେଗଜନକ ବୋଲି କୁହାଯାଇଛି। ଗୋଟିଏ ପଟେ ବ୍ରାଜିଲରେ ଥିବା ହସ୍ପିଟାଲର ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା ପାଇଁ ଲାଗିଥିବା ବେଳେ ଯଦି ଆଗକୁ ସଂକ୍ରମିତଙ୍କ ସଂଖ୍ୟା ଏହି ଅନୁପାତରେ ବୃଦ୍ଧି ହୁଏ ତେବେ ଚିକିତ୍ସା କରିବାକୁ ହସ୍ପିଟାଲର ଅଭାବ ପଡିବ ବୋଲି ଡାକ୍ତରମାନେ କହିଛନ୍ତି। ଅନ୍ୟପଟେ ଦେଶର ସବୁଠାରୁ ବଡ କବରସ୍ଥାନ ଓ୍ବିଲା ଫୋର୍ମେସାରେ ମଧ୍ୟ ମୃତଦେହ ସଂସ୍କାର କରିବାକୁ ସ୍ଥାନର ଅଭାବ ପରିଲକ୍ଷିତ ହୋଇଥିବା ଜଣାପଡିଛି। ଏହା କେବଳ ବ୍ରାଜିଲ ନୁହେଁ ବରଂ ଲାଟିନ୍‌ ଆମେରିକାର ସବୁଠାରୁ ବଡ କବରସ୍ଥାନ ବୋଲି କୁହାଯାଏ। ସାଓ ପାଓଲରେ ଥିବା ଏହି କବରସ୍ଥାନରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ମୃତଦେହ କବର ଦିଆଯାଉଥିବାରୁ ଏବେ ସେଠାରେ ସ୍ଥାନାଭାବ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ହେଉଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri