କରୋନା ସଂକ୍ରମଣ ଭୟ: ବାଲେଶ୍ୱର ଭୋଗରାଇରୁ ଆସିଥିବା ଲୋକଙ୍କୁ ନେଇ ଘାଟିକିଆରେ ଉତ୍ତେଜନା

ଭୁବନେଶ୍ୱର,୨୩।୪(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ପୁଣି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାରେ ପଜିଟିଭ୍‌ ସଂଖ୍ୟା ବୃଦ୍ଧି ପାଉଥିବା ଦେଖାଯାଉଛି। ପଶ୍ଚିମବଙ୍ଗ ଫେରନ୍ତାକୁ ନେଇ ଏହି ସଂଖ୍ୟା ବଢ଼ୁଥିବା କୁହାଯାଉଛି। ତେବେ ବାଲେଶ୍ୱର ଭୋଗରାଇରୁ ଭୁବନେଶ୍ୱର ଘାଟିକିଆ ଅଞ୍ଚଳକୁ କିଛି ବ୍ୟକ୍ତି ଆସିଥିବାକୁ ନେଇ ଗୁରୁବାର ଉତ୍ତେଜନା ପ୍ରକାଶ ପାଇଥିଲା। ଖବର ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ପହଞ୍ଚି ଉକ୍ତ ଲୋକଙ୍କୁ କ୍ୱାରାଣ୍ଟାଇନ୍‌କୁ ପଠାଇଥିବା ସୂଚନା ମିଳିଛି।

ରାଜ୍ୟରେ ଖୋର୍ଦ୍ଧା ପରେ ବାଲେଶ୍ୱର, ଭଦ୍ରକ, ଯାଜପୁର ହଟ୍‌ଜୋନ୍‌ ପାଲଟିଛି। ବାଲେଶ୍ୱରରୁ କିଛି ବ୍ୟକ୍ତି ୧୭ ଏପ୍ରିଲରେ ଘାଟିକିଆକୁ ଫେରିଛନ୍ତି। ସେଠାରେ ଏକ ବିସ୍କୁଟ ଫ୍ୟାକ୍ଟ୍ରି ଥିବା ଯୋଗୁ ସେଠାରେ ସେମାନେ ରହିଥିଲେ। ସେମାନଙ୍କ ଉପସ୍ଥିତିକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ବାଲେଶ୍ୱରରୁ ଆସିଥିବାରୁ ସଂକ୍ରମଣର ଆଶଙ୍କା ରହିଛି। ଏଣୁ ସେମାନଙ୍କୁ ଅଞ୍ଚଳରୁ ନେଇ ଯିବାକୁ ଲୋକମାନେ ଜିଦ୍‌ ଧରିଥିଲେ। ଶେଷରେ ଉକ୍ତ ଘରେ ଥିବା ୧୧ଜଣ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ପଠାଯାଇଛି। ତେବେ ଜନତା କର୍ଫ୍ୟୁର ଆଗଦିନ ବାଲେଶ୍ୱର ଯାଇଥିଲେ। ପରେ ଲକ୍‌ଡାଉନ୍‌ ହେବା ଯୋଗୁ ସେଠାରେ ଫସି ରହିଥିଲେ। ଏବେ ଜିଲା ପ୍ରଶାସନଠାରୁ ଅନୁମତି ଆଣି ସେମାନେ ଘାଟିକିଆ ଫେରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?