କରୋନା ସଂକ୍ରମଣ ରୋକିବାକୁ ରଜ ଉତ୍ସବ ପାଳନରେ କଟକଣା: ସରପଞ୍ଚଙ୍କ ସହ କଥା ହେଲେ ଜିଲାପାଳ

କେନ୍ଦୁଝର,୧୩ା୬ (ସ୍ବ.ପ୍ର.) ଚଳିତ ବର୍ଷ ରଜ ପର୍ବ ପାଳନ ଅବସରରେ ମହାମାରୀ କରୋନା ଭାଇରସ୍‌ର ସଂକ୍ରମଣକୁ ପ୍ରତିରୋଧ କରିବା ସମ୍ପର୍କରେ ଜିଲାପାଳ ଆଶିଷ ଠାକରେ ଜିଲାର ସରପଞ୍ଚମାନଙ୍କ ସହିତ କଥା ହୋଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ଜିଲାପାଳ ଜିଲାରେ ୩ମାସ ଧରି କୋଭିଡ୍‌-୧୯ ସଂକ୍ରମଣକୁ ନିୟନ୍ତ୍ରଣ କରିବାରେ ସରପଞ୍ଚମାନେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ଧନ୍ୟବାଦ ଜଣାଇଥିଲେ। ଏତଦ୍‌ବ୍ୟତୀତ ତୃଣମୂଳସ୍ତରରେ ସଂକ୍ରମଣ ପ୍ରତିରୋଧ ପାଇଁ ଦିନରାତି କାର୍ଯ୍ୟ କରୁଥିବା ବିଭିନ୍ନ ବିଭାଗୀୟ ଅଧିକାରୀ, କର୍ମଚାରୀ, କର୍ମୀମାନଙ୍କର ଅବଦାନକୁ ଉଚ୍ଚ ପ୍ରଶଂସା କରିଥିଲେ। ଦେଶର ବିଭିନ୍ନ ରାଜ୍ୟରୁ ଏବଂ ବିଦେଶରୁ ପ୍ରବାସୀମାନଙ୍କର ଘର ବାହୁଡ଼ା ହେଉଥିବାରୁ କରୋନା ଭାଇରସ୍‌ର ସଂକ୍ରମଣର ଆଶଙ୍କା ରହିଛି। ରଜ ପର୍ବ ଜିଲାର ଗଣପର୍ବ ହୋଇଥିବାରୁ ଜନଗହଳି ହେଲେ କରୋନା ସଂକ୍ରମଣର ଆଶଙ୍କା ରହିଛି। ସାମାନ୍ୟ ଅବହେଳା ସଂକ୍ରମଣ ବଢିବାର କାରଣ ହୋଇପାରେ। ଏଣୁ ସଂକ୍ରମଣରୁ ରକ୍ଷା କରିବା ପାଇଁ ଚଳିତ ବର୍ଷ ରଜ ପର୍ବ ପାଳନରେ କଟକଣା ଜାରି କରାଯାଇଛି ବୋଲି ଜିଲାପାଳ ଅବଗତ କରାଇଥିଲେ। ରଜ ପର୍ବ ପାଳନ ଅବସରରେ ଜନଗହଳି ଏଡ଼ାଇବା ପାଇଁ ରଜ ଉତ୍ସବ, ରଜ ମହୋତ୍ସବ, ପାରମ୍ପରିକ ଦୋଳି ଖେଳ ଏବଂ ଅନ୍ୟାନ୍ୟ ଖେଳକୁଦକୁ ବାରଣ କରାଯାଇଛି। ଏହି ସମୟ ମଧ୍ୟରେ ଧାର୍ମିକ ପୀଠସ୍ଥଳୀମାନଙ୍କରେ ପୂଜାର୍ଚ୍ଚନା ବାରଣ କରାଯାଇଛି। ରଜ ପର୍ବର ପ୍ରସ୍ତୁତି ପାଇଁ ହାଟ, ଦୋକାନ ବଜାରରୁ ଜିନିଷ କିଣାକିଣି ବେଳେ ଗହଳି ନ କରି ସାମାଜିକ ଦୂରତ୍ୱ ବଜାୟ ରଖି ଜିନିଷ କିଣାକିଣି କରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଯାଇଛି । ଏତଦ୍‌ବ୍ୟତୀତ ଶ୍ରମଜୀବୀମାନଙ୍କୁ ମନରେଗା କାର୍ଯ୍ୟକ୍ରମରେ କାମ ଯୋଗାଇ ଦେବା, ପ୍ରତି ଗାଁରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ କରିବା ଉପରେ ସରପଞ୍ଚମାନେ ଗୁରୁତ୍ୱାରୋପ କରିବାକୁ ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri