କରୋନା ସଚେତନତା ଲାଗି ବୌଦ୍ଧ ଜିଲା ପ୍ରଶାସନର ଅଭିନବ ଉଦ୍ୟମ

ବୌଦ୍ଧ, ୧୯ା୪(ସ୍ବ.ପ୍ର.): କରୋନା ସଂକ୍ରମଣ ସମ୍ପର୍କରେ ସଚେତନତା ଓ ଲକଡାଉନ ନିୟମ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅଭିନବ ଉଦ୍ୟମ ଆରମ୍ଭ ହୋଇଛି। ବୌଦ୍ଧ ଗଙ୍ଗାଧର ସ୍ବେଛାସେବୀ ସମିତିର ସଦସ୍ୟମାନଙ୍କ ଦ୍ୱାରା ପ୍ରସ୍ତୁତ ସଚେତନତା ଧର୍ମୀ କ୍ଷୁଦ୍ର ପଥପ୍ରାନ୍ତ ନାଟକ ଜରିଆରେ ଲୋକଙ୍କୁ ସଚେତନ କରାଯାଉଛି। ଏଥିସହିତ ଯମରାଜଙ୍କ ଦ୍ୱାରା ଆଇନ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଗଙ୍ଗାଧର ସ୍ବେଛାସେବୀ ସମିତିର ପ୍ରତିଷ୍ଠାତା ଇନ୍ଦ୍ରମଣି ମେହେରଙ୍କ ଦ୍ୱାରା ରଚିତ ଓ ନିର୍ଦ୍ଦେଶିତ କ୍ଷୁଦ୍ର ପଥପ୍ରାନ୍ତ ନାଟକକୁ ବାଉଁଶୁଣୀ ଥାନା ଅଞ୍ଚଳର ବିଭିନ୍ନ ଛକରେ ପ୍ରଦର୍ଶନ କରାଯାଇ ମାସ୍କ ବ୍ୟବହାର, ସାମାଜିକ ଦୂରତା ରକ୍ଷା, ହାତଧୋଇବା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଛି। ଏହି ନାଟକରେ ଇନ୍ଦ୍ରମଣି ମେହେର ଯମରାଜ ଭୂମିକାରେ ଅଭିନୟ କରିଥିବାବେଳେ ଗୋପାଳ ମେହେର, ମିନୁ ପ୍ରସାଦ ମିଶ୍ର ଓ ସୁଦର୍ଶନ ହୋତା ବିଭିନ୍ନ ଚରିତ୍ରରେ ଅଭିନୟ କରିଛନ୍ତି। ଏହି ଅବସରରେ ମାସ୍କ ବ୍ୟବହାର କରୁ ନ ଥିବା ଓ ସାମାଜିକ ଦୂରତା ରକ୍ଷା କରୁ ନ ଥିବା ଲୋକଙ୍କୁ ଯମରାଜ ଅର୍ଥଦଣ୍ଡରେ ଦଣ୍ଡିତ କରିଥିଲେ। ଏଥିସହିତ ପୋଲିସ କର୍ମଚାରୀମାନେ ରସିଦ ଦେଇ ଜିଲା ରେଡକ୍ରସ ପାଣ୍ଠି ପାଇଁ ଅର୍ଥ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri