କରୋନା ସଚେତନତା: ସ୍ଥାନାନ୍ତର ହେଲା ଡେଲି ମାର୍କେଟ

ବିଜେପୁର, ୨୩।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏହାର ଔଷଧ ବାହାରି ନାହିଁ। ତେଣୁ ସତର୍କତା ହିଁ ଏକମାତ୍ର ବିକଳ୍ପ। ଫଳରେ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଡେଲି ମାର୍କେଟକୁ ସୋମବାର ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ ଡେଲି ମାର୍କେଟ ଉକ୍ତ ପଡ଼ିଆକୁ ସ୍ଥାନନ୍ତର ହେବ ବୋଲି ଏନ୍‌ଏସି ପକ୍ଷରୁ ସୂଚନା ଦିଆଯାଇଥିଲା। ହେଲେ ସହର ମଧ୍ୟରୁ ଉକ୍ତ ପଡ଼ିଆର ଦୂରତା ପ୍ରାୟ ଏକ କିମି ହେବ। ତେଣୁ ବେପାରୀମାନେ ନିର୍ଦ୍ଦେଶକୁ ବେଖାତିର କରି ପୂର୍ବରୁ ବସୁଥିବା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସୋମବାର ସକାଳୁ ପନିପରିବା ଧରି ବସିଥିଲେ। ଖବର ପାଇ ମାଜିଷ୍ଟ୍ରେଟ ଦାୟିତ୍ୱରେଥିବା ତହସିଲଦାର କୁଳମଣି ରଣବିଡ଼ା, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେର ପ୍ରମୁଖ ପହଞ୍ଚି ବ୍ୟବସାୟୀଙ୍କୁ ବୁଝାଇବାପରେ ଡେଲି ମାର୍କେଟ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର ହୋଇଛି। ସେହିପରି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୁକ୍ମଣ ମେହେରଙ୍କ ତତ୍ତ୍ବାବଧାନରେ କର୍ମଚାରୀଗଣ ପିକେଟିଂକରି ନିତ୍ୟ ଆବଶ୍ୟକ ଦୋକାନ ବ୍ୟତୀତ ଅନ୍ୟ ସମସ୍ତ ଦୋକାନକୁ ବନ୍ଦ କରିବାକୁ ନର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri