କରୋନା ସନ୍ଦିଗ୍ଧଙ୍କୁ ଚାଇନା ସରକାରଙ୍କ ନିର୍ଯାତନା: ଘରୁ ନେଉଛନ୍ତି ଘୋଷାଡ଼ିି-ଘୋଷାଡ଼ିି

ବେଜିଂ,୯।୨: ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଦେଶର ୩୦ଟି ସହରର ଲୋକଙ୍କଠାରେ ଏହା ଚିହ୍ନଟ ହୋଇଛି। ତେବେ କରୋନା ସନ୍ଦିଗ୍ଧଙ୍କୁ ଚାଇନା ସରକାର ନିର୍ଯାତନା ଦେଉଥିବାର ଏକ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଏବେ ବେଶ୍‌ ଭାଇରାଲ ହେବାରେ ଲାଗିଛି। କିଛି ସ୍ବାସ୍ଥ୍ୟ ଅଧିକାରୀ ଜଣେ ସନ୍ଦିଗ୍ଧଙ୍କୁ ଜୋର୍‌ ଜବରଦସ୍ତ ତାଙ୍କ ଘରୁ ଘୋଷାଡ଼ିି-ଘୋଷାଡ଼ିି ହସ୍ପିଟାଲକୁ ନେଉଥିବା ଭିଡ଼ିଓରେ ଦେଖବାକୁ ମିଳୁଛି। ଏହି ଭିଡ଼ିଓଟି ଉହାନ୍‌ର ଚାଇନିଜ୍‌ ଗାର୍ଡେନଠାରେ ବାସ କରୁଥିବା ଜଣେ ବ୍ୟକ୍ତିଙ୍କର ବୋଲି କୁହାଯାଉଛି। ସେହିପରି ଅନ୍ୟ ଜଣେ ଲୋକଙ୍କୁ କିଛି ପୋଲିସ କର୍ମଚାରୀ ଟେକି ଟେକି ନେଉଥିବାର ଭିଡ଼ିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି। ଅନ୍ୟ ଏକ ଭିଡ଼ିଓରେ ଜଣେ ମହିଳାଙ୍କୁ ଧରିବା ଲାଗି କିଛି ପୋଲିସ କର୍ମଚାରୀ ଦୌଡୁ ଥିବାରୁ ଦେଖିବାକୁ ମିଳୁଛି। ଏହି ଭିଡ଼ିଓଗୁଡ଼ିକ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ୟୁଜର ବହୁସଂକ୍ୟାରେ ଲାଇକ୍‌ କରିବା ସହିତ ଶେୟାର ମଧ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri