କରୋନା ସାଙ୍ଗକୁ କାଳବୈଶାଖୀ: ବ୍ୟାପକ ଫସଲ ନଷ୍ଟ

ଖପ୍ରାଖୋଲ, ୨୭ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଗତଦୁଇ ଦିନ ତଳେ ହୋଇଥିବା କାଳବୈଶାଖୀ ସହ କୁଆପଥର ମାଡ ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ପନିପରିବା ବିକ୍ରି ହୋଇ ପାରୁ ନ ଥିବାବେଳେ ଏବେ କାଳବୈଶାଖୀ ଚାଷୀଙ୍କୁ ବେହାଲ କରିଦେଇଛି। ବ୍ଲକରେ ଅମଳ ଉପଯୋଗୀ ରବିଧାନ ସାଙ୍ଗକୁ ମୁଗ ଓ ପରିବା ଚାଷ ବ୍ୟାପକଭାବେ ନଷ୍ଟ ହୋଇଛି। କଦଳୀ ଓ ଆମ୍ବ ମଧ୍ୟ କୁଆପଥର ଯୋଗୁଁ ଝଡି ପଡିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ବ୍ଲକର ଭାଲୁଡୁଙ୍ଗୁରୀ ଗାଁର ରବି ଧାନ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି। ସେହିପରି ବନ୍ଦେପଦର ଗାଁର ମକୁନ୍ଦ ନାଗ, ପାଚେର ଗାଁର ମଣ୍ଟୁ ନନ୍ଦଙ୍କ ତରଭୁଜ ଫସଲ, ଧଣ୍ଡାମୁଣ୍ଡାର ଦେବକାନ୍ତ ପାଣିଗ୍ରାହୀଙ୍କ ଆମ୍ବ ଚାଷ ନଷ୍ଟ ହୋଇଛି । ଏନେଇ ଖପ୍ରାଖୋଲ ବ୍ଲକ କୃଷି ଅଧିକାରୀ ସୁଜିତ କୁମାର ଭୋଇଙ୍କୁ ପଚାରିବାରୁ ଅଦିନିଆ ବର୍ଷା ଓ କୁଆପଥର ମାଡ ଯୋଗୁଁ ଧାନ ଓ ମୁଗ ଫସଲ ନଷ୍ଟ ହୋଇଛି। କେଉଁ ଚାଷୀଙ୍କ କେତେ ପରିମାଣରେ କ୍ଷତି ହୋଇଛି ତାହାର ଆକଳନ ଚାଲିଥିବା କହିଛନ୍ତି। ଖପ୍ରାଖୋଲ ତହସିଲଦାର ନିରଞ୍ଜନ ନାଏକଙ୍କୁ ପଚାରିବାରୁ ଅଦିନିଆ ବର୍ଷା ଓ କୁଆପଥର ମାଡ ଯୋଗୁଁ ବିଭିନ୍ନ ଫସଲ ଓ ପନିପରିବା ଚାଷ ନଷ୍ଟ ହୋଇଛି। କ୍ଷୟକ୍ଷତି ରିପୋର୍ଟ ମିଳିବା ପରେ ଚାଷୀଙ୍କୁ କ୍ଷତିପୂରଣ ସହାୟତା ମିଳିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?