କରୋନା ସ୍ଥିତି ସମୀକ୍ଷା କଲେ ନୋଡାଲ୍‌ ଅଧିକାରୀ

 

ରାୟଗଡ଼ା ଅଫିସ,୩ା୫: ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ନୋଡାଲ୍‌ ଅଧିକାରୀଭାବେ ନିଯୁକ୍ତ ଭି. ଭି ଯାଦବ ରବିବାର ରାୟଗଡ଼ା ଜିଲା ଗସ୍ତରେ ଆସି କରୋନା ମୁକାବିଲା ପାଇଁ ଜିଲାରେ ହୋଇଥିବା ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ପ୍ରଥମେ ସେ ରାୟଗଡ଼ା ବ୍ଲକ୍‌ ମାଲିଗାଁ, ବଡ଼ଆଲୁବାଡ଼ି ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ଏବଂ ଜେକେପୁରସ୍ଥିତ ଇଏସ୍‌ଆଇ ହସ୍ପିଟାଲରେ ପ୍ରସ୍ତୁତ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରିଥିଲେ। ଏହି ସମୟରେ ଯାଦବଙ୍କ ସହ ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଡିଆରଡିଏ ପିଡି ଅମୃତ ଋତୁରାଜ, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ, ବିଡିଓ ରାଜେନ୍ଦ୍ର ମାଝି, ଅତିରିକ୍ତ ବିଡିଓ ନୃସିଂହ ଚରଣ ପଟ୍ଟନାୟକ ଉପସ୍ଥିତ ଥିଲେ। ପରେ ସ୍ଥାନୀୟ ଡିଆର୍‌ଡିଏ ସଦ୍‌ଭାବନା ସଭାଗୃହରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟତଃ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ସମସ୍ତ ପଦକ୍ଷେପକୁ ଠିକ୍‌ଭାବେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବାହାର ରାଜ୍ୟରୁ ଆସିବାକୁ ଥିବା ଶ୍ରମିକମାନେ ଯେପରି ରୋଜଗାରର ସୁଯୋଗ ପାଇବେ, ସେଥିପାଇଁ ଏମ୍‌ଜିଏନ୍‌ଆରଜିଏସ୍‌ ଅନ୍ତର୍ଗତ ଶ୍ରମ ଭିତ୍ତିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱାରୋପ କରିଥିଲେ। ବାହାର ରାଜ୍ୟରୁ ଆସିବାକୁ ଥିବା ଶ୍ରମିକ ଓ ଛାତ୍ରମାନଙ୍କୁ କିପରି ଶୃଙ୍ଖଳିତଭାବେ ସଙ୍ଗରୋଧରେ ରଖାଯାଇପାରିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ଉଲ୍ଲେଖଯୋଗ୍ୟ, ରାଜ୍ୟ ବାହାରୁ ଜିଲାକୁ ଆସୁଥିବା ଶ୍ରମିକଙ୍କ ପାଇଁ ୧୮୨ ପଞ୍ଚାୟତର ୩୨୧ ସ୍ଥାନରେ ୨୨ ହଜାର ୮ଶହ ବେଡ୍‌ ପୂର୍ବରୁ ପ୍ରସ୍ତୁତ ରହିଛି। ସେଠାରେ ସମସ୍ତ ପ୍ରକାର ସୁବିଧା କରାଯାଇଥିବା ଜିଲାପାଳ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା କୃଷି ଅଧିକାରୀ ପ୍ରଦୀପ କୁମାର ରଥ, ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ, ଜଳ ବିଭାଜିକା ମିଶନର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri