କର୍କଟ ରୋଗରେ ପୀଡ଼ିତ କାଞ୍ଚନ: ଅର୍ଥାଭାବରୁ ହୋଇପାରୁନି ଚିକିତ୍ସା

ବିଞ୍ଝାରପୁର,୨୩ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ  ଘଣ୍ଟିଆଳି ଗ୍ରାମର ୬୩ ବର୍ଷିୟା ବୃଦ୍ଧା କାଞ୍ଚନ ଦେଈଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ ହୋଇଛି। ତାଙ୍କ ସ୍ବାମୀ ନଟବର ପ୍ରଧାନ (୭୦) ବର୍ଷରେ ମଜୁରି ଲାଗି ପରିବାର ଚଳାଉଛନ୍ତି। କାଞ୍ଚନ ଏକ ବର୍ଷ ହେବ କର୍କଟ ରୋଗରେ ପୀଡିତ ହୋଇଛନ୍ତି। ମାତ୍ର ଟଙ୍କା ନ ଥିବାରୁ ତାଙ୍କ ଚିକିତ୍ସା ହୋଇ ପାରୁନାହିଁ। କାଞ୍ଚନ କର୍କଟ ରୋଗରେ ପୀଡିତ ଥିବା ଜାଣି ଗ୍ରାମର କେତେଜଣ ବ୍ୟକ୍ତି ସହାୟତା କରିଥିଲେ। ସେହି ଅର୍ଥରେ ସେ କଟକରେ ଯାଇ ଚିକିତ୍ସିତ ହେଉଥିଲେ। ହେଲେ ଅର୍ଥ ସରିଯିବାରୁ ଏବେ ଘରକୁ ଫେରି ଆସିଛନ୍ତି। କାଞ୍ଚନ କିମ୍ବା ତାଙ୍କ ପରିବାର ବିଜୁ ସ୍ବାସ୍ଥ୍ୟ ବୀମାରେ ଅନ୍ତର୍ଭୁକ୍ତ ହୋଇ ନ ଥିବାରୁ ଏବେ କର୍କଟ ଭଳି ରୋଗର ଚିକିତ୍ସା କରାଇ ପାରୁନାହାନ୍ତି। ବଡ଼ କଥା ହେଉଛି କାଞ୍ଚନଙ୍କ ବୟସ ୬୦ ଟପି ସାରିଥିଲେ ବି ତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମିଳିନାହିଁ। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁ ପକ୍କାଘର ଖଣ୍ଡେ ମଧ୍ୟ ପାଇ ପାରି ନାହାନ୍ତି। କାଞ୍ଚନଙ୍କ ଚିକିତ୍ସା ପାଇଁ ଗ୍ରାମବାସୀ ମୁଖ୍ୟମନ୍ତ୍ରୀ, ସ୍ଥାନୀୟ ବିଧାୟିକା ପ୍ରମିଳା ମଲ୍ଲିକ ଓ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସରକାରୀ ସହାୟତା ନ ମିଳିଲେ କାଞ୍ଚନଙ୍କ ଚିକିତ୍ସା କରାଇବା ଅସମ୍ଭବ ବୋଲି ତାଙ୍କ ସ୍ବାମୀ ନଟବର ପ୍ରକାଶ କରିଛନ୍ତି। ଏ ଦିଗରେ ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri