କର୍କଟ ରୋଗାକ୍ରାନ୍ତ ଭିନ୍ନକ୍ଷମ ଛାତ୍ରଙ୍କ ସଫଳତା

ଖଣ୍ଡପଡ଼ା,୨୩ା୫(ସ୍ବ.ପ୍ର.)- ଖଣ୍ଡପଡ଼ା ରଥଗଡା ସାହିର କର୍କଟ ରୋଗାକ୍ରାନ୍ତ ଭିନ୍ନକ୍ଷମ ଛାତ୍ର ମାଟ୍ରିକ ପରୀକ୍ଷାରେ ସଫଳତା ଅର୍ଜନ କରିଥିବାରୁ ସାଧାରଣରେ ଆନନ୍ଦ ପ୍ରକାଶ ପାଇଛି ା ଖଣ୍ଡପଡ଼ାର ବରିଷ୍ଠ ଆଇନଜୀବୀ ସଂଗ୍ରାମ କେଶରୀ ମିଶ୍ରଙ୍କ ପୁତ୍ର ସ୍ବସ୍ତିକ ମିଶ୍ର(୧୫) ସ୍ଥାନୀୟ ରାମଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର। ସ୍ବସ୍ତିକ ଦୀର୍ଘବର୍ଷ ଧରି କର୍କଟ ରୋଗରେ ଆକ୍ରାନ୍ତ ହୋଇ ନିଜର ଦୃଷ୍ଟିଶକ୍ତି ହରାଇ ବସିଛନ୍ତି। ଚଳିତବର୍ଷ ସେ ନିକଟସ୍ଥ ଶିଖରପୁର କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଥିଲେ। ଶତପ୍ରତିଶତ ଦୃଷ୍ଟିଶକ୍ତି ହରାଇଥିବାରୁ ବୋର୍ଡ କର୍ତ୍ତୃପକ୍ଷଙ୍କ ଅନୁମତି କ୍ରମେ ଜଣେ ନବମ ଶ୍ରେଣୀର ଛାତ୍ରୀ ତାଙ୍କ ପାଇଁ ରାଇଟର ଭାବେ ନିଯୁକ୍ତ ହୋଇଥିଲେ ା ଫଳ ପ୍ରକାଶ ପରେ ସେ ୭୪ ପ୍ରତିଶତ ନମ୍ବର ରଖିଥିବା ଜଣାପଡିଛି। ୪୪୨ ନମ୍ବର ରଖି ବି ୧ ଗ୍ରେଡରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଦୃଷ୍ଟିଶକ୍ତି ବିହୀନ ତଥା ଚାଲିପାରୁ ନ ଥିବା ସ୍ବସ୍ତିକଙ୍କ ସ୍ମରଣଶକ୍ତି ଅତି ପ୍ରଖର। ଜେଜେବାପା ଆଇନଜୀବୀ ମାଧବ ପ୍ରସାଦ ମିଶ୍ର ଓ ଜେଜେ ମା’ ଆଡଭୋକେଟ ବିନୋଦିନୀ ମିଶ୍ର ପ୍ରାତଃ ସମୟରେ ପାଠ କରୁଥିବା ସଂସ୍କୃତ ଶ୍ଳୋକଗୁଡିକ ଶୁଣି ସେ ନିର୍ଭୁଲ ଭାବେ ଗାଇ ପାରନ୍ତି। କଲେଜରେ ସଂସ୍କୃତ ନେଇ ଅଧ୍ୟୟନ କରିବା ସହ ଭବିଷ୍ୟତରେ ଭାରତୀୟ ସଂସ୍କୃତିର ପୁନରୁଦ୍ଧାର ତଥା ପ୍ରସାରପ୍ରଚାର ଦିଗରେ ପ୍ରୟାସ ଜାରି ରଖିବେ ବୋଲି ସ୍ବସ୍ତିକ ଆଶା ରଖିଥିବା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ ସ୍ବସ୍ତିକ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବୁଧବାର ଭୁବନେଶ୍ୱରର ଏକ ଘରୋଇ ଚିକିତ୍ସାଳୟକୁ ଯାଇଛନ୍ତି। ସେଠାରେ ସେ ୧୮ଦିନ ପର୍ଯ୍ୟନ୍ତ ଚିକିତ୍ସିତ ହେବେ ା ଜନ୍ମରୁ ତାଙ୍କ ବ୍ରେନରେ ଟ୍ୟୁମର ହୋଇଥିବାରୁ ଅପରେଶନ କରାଯାଇଥିଲା। ସେତେବେଳେ ତାଙ୍କୁ କ୍ୟାନସର ହୋଇଥିବା ଜଣାପଡିଥିଲା। ସେ ସମୟରୁ ତା’ର ଦୃଷ୍ଟିଶକ୍ତି ନଷ୍ଟ ହୋଇଯାଇଥିବା ତାଙ୍କ ଜେଜେବାପା ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri