କର୍ତ୍ତବ୍ୟରେ ଅବହେଳା: ନିମାପଡା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର/ନିମାପଡା, ୧୬ା୪(ବ୍ୟୁରୋ/ଡି.ଏନ୍‌.ଏ.): କର୍ତ୍ତବ୍ୟରେ ଅବହେଳା ଏବଂ ସରକାରୀ ନିର୍ଦ୍ଦେଶାନାମାକୁ ପାଳନ ନ କରିବା ଯୋଗୁ ନିମାପଡା ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) କାର୍ଯ୍ୟନିର୍ବାହୀ ଅଧିକାରୀ ମୋହନଚରଣ ଜେନାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଏ ନେଇ ଗୁରୁବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, କାର୍ଯ୍ୟନିର୍ବାହୀ ଅଧିକାରୀ ଜେନା କୋଭିଡ-୧୯ ଜରୁରୀ ପରିସ୍ଥିିତି ସମୟରେ ନିଜର ଦାୟିତ୍ୱ ସୁଚାରୁରୂପେ ସମ୍ପାଦାନ କରିନାହାନ୍ତି। ଲକ୍‌ଡାଉନ ସମୟରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ଥିବା ରାଶନ କାର୍ଡଧାରୀଙ୍କୁ ଏପ୍ରିଲ ୨ରୁ ୧୦ତାରିଖ ମଧ୍ୟରେ ୧୦୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏଥିରେ ସେ ବିଫଳ ହୋଇଛନ୍ତି। ଏଥି ସହିତ ଏନ୍‌ଏସିର ୱାର୍ଡ ନଂ. ୬ ଓ ୭ରେ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ସାମାଜିକ ଦୂରତ୍ୱ ନିୟମାବଳୀକୁ ସହାୟତା ବଣ୍ଟନ ବେଳେ ଉଲ୍ଲଂଘନ କରିଥିବା ଯୋଗୁ ତାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ ଜେନା ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ପୁରୀ ଜିଲା ସହରାଞ୍ଚଳ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ବିନାନୁମତିରେ ଜିଲା ମୁଖ୍ୟ କାର୍ଯ୍ୟାଳୟ ବାହାରକୁ ନ ଯିବା ପାଇଁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋାଗ୍ୟ, ନିମାପଡ଼ା ଏନ୍‌ଏସିରେ ରାଜ୍ୟ ଓ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନ ହିତାଧିକାରୀଙ୍କୁ ୧ହଜାର ଟଙ୍କ ଲେଖାଏ ଆର୍ଥିକ ସହାୟତା ବଣ୍ଟନ ବେଳେ ସାମାଜିକ ଦୂରତ୍ୱ ରକ୍ଷା କରି ନ ଥିବାରୁ ଏନ୍‌ଏସିର କନିଷ୍ଠ ସହାୟକ ରବୀନ୍ଦ୍ର ନାଥ ସାହୁଙ୍କୁ ଜିଲାପାଳ ଶନିବାର ନିଲମ୍ବନ କରିଥିଲେ। ସେହିଭଳି ଉକ୍ତ କାର୍ଯ୍ୟରେ ନିୟୋଜିତ ୩ଜଣ ଶିକ୍ଷକଙ୍କୁ ମଧ୍ୟ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri