କର୍ତ୍ତବ୍ୟ ଆଗ: ୮ ମାସର ଗର୍ଭବତୀ ସତ୍ତ୍ୱେ ଡ୍ୟୁଟି କରୁଛନ୍ତି ଏସ୍‌ଆଇ ମମତା

କଟକ ଅଫିସ,୨୨।୪: କରୋନା (କୋଭିଡ-୧୯)ମୁକାବିଲା ପାଇଁ ଏବେ ସବୁଆଡ଼େ ଲକ୍‌ଡାଉନ। ଏହାକୁ କଡ଼ାକଡ଼ି ପାଳନ କରିବାରେ ମୁଖ୍ୟଭୂମିକା ଗ୍ରହଣ କରିଛି ପୋଲିସ ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଏମିତି ଅଧିକାରୀ ଏବଂ ପୋଲିସ କର୍ମଚାରୀ ଡ୍ୟୁଟି କରୁଛନ୍ତି, ଯେଉଁମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ସେମିତି ଜଣେ ଅଧିକାରୀ ହେଉଛନ୍ତି ଏସ୍‌ଆଇ ମମତା ମିଶ୍ର।
ମମତା ୮ ମାସର ଗର୍ଭବତୀ ସତ୍ତ୍ୱେ ଡ୍ୟୁଟି କରୁଛନ୍ତି। ଏ ନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ତାଙ୍କର ପ୍ରଶଂସା କରିଛନ୍ତି। ମୟୂରଭଞ୍ଜ ଗସ୍ତ ବେଳେ ଡିଜିପି ଅଭୟ ଏସ୍‌ଆଇ ମମତାଙ୍କ ବିଷୟରେ ଜାଣିବାକୁ ପାଇଥିଲେ। ଡ୍ୟୁଟିରେ ଥିବା ବିଭିନ୍ନ ଅଧିକାରୀଙ୍କ ସହ ଲକ୍‌ଡାଉନ ବିଷୟରେ ଆଲୋଚନା କରିଥିଲେ। କିନ୍ତୁ ଏସ୍‌ଆଇ ମମତା ତାଙ୍କୁ ବେଶ୍‌ ପ୍ରଭାବିତ କରିଥିଲେ। ୮ ମାସର ଗର୍ଭବତୀ ସତ୍ତ୍ୱେ ସେ ଛୁଟି ନ ନେଇ କାର୍ଯ୍ୟ କରୁଛନ୍ତି। ବର୍ତ୍ତମାନ ସେ ବେତନଟୀ ଥାନାରେ ଡ୍ୟୁଟି କରୁଛନ୍ତି। ଡିଜିପି ଅଭୟ ତାଙ୍କ କର୍ତ୍ତବ୍ୟପରାୟଣକୁ ପ୍ରଶଂସା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri